Posted inଜାତୀୟ

ସମଲିଙ୍ଗୀ ଯୌନସମ୍ପର୍କର ଅପରାଧୀକରଣ ଅନ୍ୟତମ ଅନ୍ୟାୟ: ସିଜେଆଇ

ନାଗପୁର,୧୩।୨: ସମଲିଙ୍ଗୀ ଯୌନସମ୍ପର୍କର ଅପରାଧୀକରଣ ଆମ ସମାଜରେ ଅନ୍ୟତମ ଅନ୍ୟାୟ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଧନଞ୍ଜୟ ଚନ୍ଦ୍ରଚୂଡ଼ କହିଛନ୍ତି। ୭ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପରେ ସମଲିଙ୍ଗୀ ଯୌନସମ୍ପର୍କକୁ ଅପରାଧମୁକ୍ତ କରାଯାଇଥିଲା। ମହାରାଷ୍ଟ୍ର ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଓ୍ବାରାଙ୍ଗ କ୍ୟାମ୍ପସରେ ଶନିବାର ଅନୁଷ୍ଠିତ ପ୍ରଥମ ସମାବର୍ତ୍ତନ ଉତ୍ସବରେ ଉଦ୍‌ବୋଧନ ଦେଇ ସିଜେଆଇ ଉପରୋକ୍ତ ମତବ୍ୟକ୍ତ କରିଛନ୍ତିି। ଏହି କାର୍ଯ୍ୟକ୍ରମରେ ପୂର୍ବତନ ସିଜେଆଇ ଶରଦ ଅରବିନ୍ଦ ବୋବ୍‌ଡେ, ଏମ୍‌ଏନ୍‌ଏଲ୍‌ୟୁର ପ୍ରତିଷ୍ଠାତା କୁଳାଧିପତି ଏବଂ ସୁପ୍ରିମକୋର୍ଟ ବିଚାରପତି ତଥା ଚାନ୍‌ସେଲର ଜଷ୍ଟିସ ଭୂଷଣ ଗଭାଇ ଯୋଗ ଦେଇଥିଲେ।

ନଭଜେତ୍‌ ସିଂ ଜୋହର ମାମଲାରେ ସିଜେଆଇ ଦେଇଥିବା ନିଜର ଐତିହାସିକ ରାୟର ଅବତାରଣା କରି କହିଥିଲେ, ଆଇପିସିର ଧାରା ୩୭୭ କାଳଦୋଷଯୁକ୍ତ ଉପନିବେଶୀୟ ଆଇନ ଥିଲା। ଉକ୍ତ ଧାରା ସମାନତା, ବାକ୍‌ ସ୍ବାଧୀନତା, ଜୀବନ ଧାରଣ ଓ ଗୋପନୀୟତା ଅଧିକାରର ଉଲ୍ଲଂଘନ। ସମ୍ବିଧାନ ସମାନତା ଓ ଭେଦଭାବଶୂନ୍ୟ ଅଧିକାରର ଗ୍ୟାରେଣ୍ଟି ଦେଇଥିବାବେଳେ ଉକ୍ତ ଆଇନ ଏହାକୁ ଦୁର୍ବଳ କରିଦେଉଥିବାରୁ ସିଜେଆଇ ରାୟ ପ୍ରଦାନ ବେଳେ ଉପରୋକ୍ତ ଟିପ୍ପଣୀ ଦେଇଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri