ମାଟ୍ରିକ, ଯୁକ୍ତ୨ ପରୀକ୍ଷା ପ୍ରସ୍ତୁତି ଶେଷ: ମନ୍ତ୍ରୀ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ):ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧୦ରୁ ଆରମ୍ଭ ହେବ। ଏଥିପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଥିବା ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶସୂଚନା ଦେଇଛନ୍ତି। ସେ କହିଛନ୍ତି, ମାଟ୍ରିକ ସମ୍ମେଟିଭ୍‌ ଆସେସ୍‌ମେଣ୍ଟ-୧ ସୁରୁଖୁରୁରେ ପରିଚାଳନା ହୋଇଥିଲା। ତେଣୁ ସମ୍ମେଟିଭ୍‌ ଆସେସ୍‌ମେଣ୍ଟ-୨ ମଧ୍ୟ ଭଲରେ ଶେଷ ହେବ ବୋଲି ଆମେ ଆଶା ରଖିଛୁ। ଅଧିକାଂଶ ପରୀକ୍ଷା କେନ୍ଦ୍ର ପୂର୍ବରୁ ଯେଉଁସବୁ ସ୍ଥାନରେ ହେଉଥିଲା ସେଠାରେ ରହିଥିବାବେଳେ କିଛି ପରୀକ୍ଷା କେନ୍ଦ୍ର ବଦଳାଯାଇଛି।
ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଶେଷ ହୋଇଥିବାବେଳେ ଲିଖିତ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ଏଥିପାଇଁ ମଧ୍ୟ ପ୍ରସ୍ତୁତି ସରିଛି। ଅପରପକ୍ଷେ ଆସନ୍ତା ୨୦ ତାରିଖରେ ଆରମ୍ଭ ହେବାକୁ ଥିବା ନବମ ପରୀକ୍ଷା ପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଥିବା ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ମାଟ୍ରିକ ପରୀକ୍ଷା ପାଇଁ ଏଥର ୧,୧୪୪ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ମନୋନୀତ କରାଯାଇଛି। ସେହିପରି ପରୀକ୍ଷାରେ ସ୍ବଚ୍ଛତା ଆଣିବା ଲାଗି ପ୍ରଶ୍ନପତ୍ର ସୁରକ୍ଷାକୁ ଗୁରୁତ୍ୱ ଦେଇ ୨୦୨ଟି ହବ୍‌ କେନ୍ଦ୍ର ପ୍ରସ୍ତୁତ କରାଯାଇଛି। ସେହିଭଳି ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ମୋଟ ୩ଲକ୍ଷ ୫୮ହଜାର ୪୯୯ଜଣ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri