Posted inଜାତୀୟ

ମେଗା ଏକ୍ସପ୍ରେସ୍‌ଓ୍ବେ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନର ଦଉସାଠାରେ ଦେଶର ଦୀର୍ଘତମ ରାଜପଥ ୧,୪୦୦ କିଲୋମିଟର ଦୀର୍ଘ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ୍‌ ଓ୍ବେର ପ୍ରଥମ ପର୍ଯ୍ୟାୟକୁ ରବିବାର ଉଦ୍‌ଘାଟନ କରିଛନ୍ତି। ଦିଲ୍ଲୀ-ଦଉସା-ଲାଲ୍‌ସଟ୍‌ ୨୪୬ କିଲୋମିଟର ଏକ୍ସପ୍ରେସ୍‌ ଓ୍ବେ ଉଦ୍‌ଘାଟିତ ହେବା ଫଳରେ ଦିଲ୍ଲୀରୁ ଜୟପୁର ମଧ୍ୟରେ ଯାତ୍ରା ସମୟ ୫ ଘଣ୍ଟାରୁ ୩.୫ ଘଣ୍ଟାକୁ ହ୍ରାସ ପାଇଛି। ଏହି ଏକ୍ସପ୍ରେସ୍‌ଓ୍ବେ ନିର୍ମାଣ ଫଳରେ ଉକ୍ତ ଅଞ୍ଚଳରେ ଆର୍ଥତ୍କ ସୁଯୋଗ ବଢ଼ାଇବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଦେଶ ପାଇଁ ସବ୍‌କା ସାଥ୍‌ ସବ୍‌କା ବିକାଶ ତାଙ୍କ ସରକାରର ମନ୍ତ୍ର ଏବଂ ଏହାକୁ ଅନୁସରଣ କରି ଆମେ ସମର୍ଥ ଭାରତ ଗଢ଼ିବୁ। ଏକ୍ସପ୍ରେସ୍‌ ଓ୍ବେ ଭାରତ ବିକାଶର ଏକ ଆକର୍ଷଣୀୟ ଚିତ୍ର ବୋଲି ମୋଦି କହିଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରି, ରାଷ୍ଟ୍ରମନ୍ତ୍ରୀ ଭି.କେ. ସିଂ, କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଓ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାର ଭିଡିଓ ଲିଙ୍କ୍‌ ଜରିଆରେ କାର୍ଯ୍ୟକ୍ରମକୁ ଉଦ୍‌ବୋଧନ ଦେଇଥିଲେ। ଆଗକୁ ରାଜସ୍ଥାନ ବିଧାନସଭା ନିର୍ବାଚନ ଥିବାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରା ଏହି ରାଜ୍ୟରେ ବିଶେଷ ପ୍ରଭାବ ପକାଇଛି। ତେଣୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏବଂ ବୃହତ୍‌ ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ ଉକ୍ତ ଅଞ୍ଚଳରେ ଭାଜପାର ରେଟିଂ ବଢ଼ାଇବ ବୋଲି ଦଳ ପକ୍ଷରୁ ଆଶା କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା!

ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri