ମହାକାଶ ବିଜ୍ଞାନ ସମ୍ପର୍କରେ ଜାଣିବାର ସୁଯୋଗ

ଭୁବନେଶ୍ୱର, ୧୪ା୨(ବ୍ୟୁରୋ):ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ର ଅନ୍ତରୀକ୍ଷ ଉପଯୋଗ କେନ୍ଦ୍ର(ଏସ୍‌ଏସି)-ବିକ୍ରମ ସରାଭାଇ ମହାକାଶ ପ୍ରଦର୍ଶନୀ(ଭିଏସ୍‌ଏସ୍‌ଇ), ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରୀ ବିଭାଗ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ କ୍ୟାପିଟାଲ ହାଇସ୍କୁଲ୍‌ ପରିସରରେ ଆରମ୍ଭ ହୋଇଛି ‘ସ୍ପେସ୍‌ ଅନ୍‌ ହୁଇଲ୍‌’ ପ୍ରଦର୍ଶନୀ। ରବିବାର ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଛନ୍ତି। ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ମହାକାଶ ଓ ମହାକାଶ ବିଜ୍ଞାନ ସମ୍ପର୍କରେ ଜ୍ଞାନ ଆହରଣ ନିମନ୍ତେ ଏହି ପ୍ରଦର୍ଶନୀ ସୁଯୋଗ ଦେଇଛି। ଛାତ୍ରୀଛାତ୍ରଙ୍କ ବିଜ୍ଞାନ ସମ୍ପର୍କିତ ଜିଜ୍ଞାସା ପୂରଣ ଦିଗରେ ଏହା ଯଥେଷ୍ଟ ସହାୟକ ହେବ ବୋଲି ମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ, ଏହି ପ୍ରଦର୍ଶନୀ ବିଦ୍ୟାର୍ଥୀଙ୍କ ପାଇଁ ଅତ୍ୟନ୍ତ ଉପାଦେୟ ସାବ୍ୟସ୍ତ ହେବ। ଏହି ତିନିଦିନିଆ ପ୍ରଦର୍ଶନୀରେ ସ୍ଥାନୀୟ ତଥା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଛାତ୍ରୀଛାତ୍ର ଯୋଗଦେଇ ‘ଇସ୍ରୋ’ର କାର୍ଯ୍ୟକ୍ରମ ଓ ମହାକାଶ ବିଜ୍ଞାନ ସମ୍ପର୍କରେ ଅବଗତ ହୋଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି। ‘ଇସ୍ରୋ’ର ଗ୍ରୁପ୍‌ ଡାଇରେକ୍ଟର ଡ. ପରୁଲ୍‌ ପଟେଲ୍‌ ମୁଖ୍ୟବକ୍ତା ଭାବେ ଯୋଗଦେଇ ଦେଶରେ ବିଜ୍ଞାନର ଅଗ୍ରଗତି ଏବଂ ଜୀବନରେ ବିଜ୍ଞାନର ଉପଯୋଗିତା ସମ୍ପର୍କରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ଯୋଗଦେଇ ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏପରି ପ୍ରଦର୍ଶନୀରେ ଛାତ୍ରୀଛାତ୍ର ସାମିଲ ହେବା ସହିତ ‘ଇସ୍ରୋ’ରୁ ଆସିଥିବା ବୈଜ୍ଞାନିକଙ୍କଠାରୁ ଆବଶ୍ୟକ ଜ୍ଞାନ ଆହରଣ ସହ ବିଜ୍ଞାନ ବା ମହାକାଶ ବିଜ୍ଞାନ ସଂକ୍ରାନ୍ତ ସନ୍ଦେହ ଦୂର କରିପାରିବେ। ସୋମବାର ରାଜ୍ୟର ୩,୯୦୬ଟି ୫-‘ଟି’ ରୂପାନ୍ତରିତ ବିଦ୍ୟାଳୟର ଛାତ୍ରୀଛାତ୍ର ଏହି ପ୍ରଦର୍ଶନୀକୁ ଦେଖିପାରିବେ। ଏ ସମସ୍ତ ସ୍କୁଲରେ ‘ୟୁ-ଟ୍ୟୁବ୍‌ ଲାଇଭ୍‌’ ମାଧ୍ୟମରେ ସିଧାପ୍ରସାରଣ ବ୍ୟବସ୍ଥା କରାଯାଉଛି ବୋଲି ଜିଲାପାଳ କହିଥିଲେ। ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ କୁମାର ରାଉତ ଅତିଥି ଭାବେ ଯୋଗଦେଇ ପ୍ରଦର୍ଶନୀ ତଥା ବିଜ୍ଞାନକୁ ନେଇ ମତ ରଖିଥିଲେ। ବରିଷ୍ଠ ବୈଜ୍ଞାନିକ ଲକ୍ଷ୍ମୀନାରାୟଣ ପାଢ଼ୀ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀ ବିଶ୍ୱନାଥ ତରାଇ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପ୍ରଦର୍ଶନୀ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିବସରେ ପ୍ରାୟ ୧,୬୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଓ ଏକ ହଜାରରୁ ଊର୍ଦ୍ଧ୍ୱ ସାଧାରଣ ନାଗରିକ ପ୍ରଦର୍ଶିତ ପ୍ରକଳ୍ପଗୁଡ଼ିକୁ ପରିଦର୍ଶନ କରି ମହାକାଶ ବିଜ୍ଞାନ ସମ୍ପର୍କରେ ଜାଣିବାର ସୁଯୋଗ ପାଇଥିଲେ। ସୋମବାର ଛାତ୍ରୀଛାତ୍ରଙ୍କ ପାଇଁ ଏହି ପ୍ରଦର୍ଶନୀ ସକାଳ ୯ଟା ୩୦ରୁ ଅପରାହ୍ନ ୪ଟା ଏବଂ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଖୋଲାରହିବ। ସୋମବାର ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଜନସାଧାରଣଙ୍କ ପାଇଁ ଏହି ପ୍ରଦର୍ଶନୀ ଖୋଲା ରହିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri