Posted inଜାତୀୟ

ବେକାର ଗଲା ପ୍ରଥମ ପର୍ଯ୍ୟାୟ

ନୂଆଦିଲ୍ଲୀ,୧୪।୨: ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭରୁ ବିରୋଧୀ ଦଳଗୁଡ଼ିକ ଆଦାନୀ ପ୍ରସଙ୍ଗ ଉଠାଇ ଉଭୟ ଗୃହକୁ କ୍ରମାଗତ ଭାବେ ଅଚଳ କରି ରଖିଥିଲେ। ଫଳରେ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଏକପ୍ରକାର ବେକାର ଯାଇଛି। ଆମେରିକାର ଶର୍ଟ ସେଲର କମ୍ପାନୀ ହିଣ୍ଡେନ୍‌ବର୍ଗ ରିପୋର୍ଟରେ ଭାରତର ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ଗ୍ରୁପ୍‌ କମ୍ପାନୀ ଆର୍ଥତ୍କ ଅନିୟମିତତା କରିଥିବା ଅଭିଯୋଗ ଆଣିବା ପରେ ଏହା ପାର୍ଲାମେଣ୍ଟ ଅଧିବେଶନକୁ ସରଗରମ କରି ରଖିଥିଲା। ହିଣ୍ଡେନ୍‌ବର୍ଗ ରିପୋର୍ଟ ପରେ ଆଦାନୀ ଗ୍ରୁପ୍‌ର ଶେୟାର ମୂଲ୍ୟ ଯଥେଷ୍ଟ ହ୍ରାସ ପାଇବା ସହ ଏଥିରେ ନିବେଶ କରିଥିବା ସଂସ୍ଥାଗୁଡ଼ିକ କ୍ଷତିଗ୍ରସ୍ତ ହୋଇଥିଲେ। ଆଦାନୀ ଗ୍ରୁପ୍‌ ଷ୍ଟକ୍‌ ବଜାର ମୂଲ୍ୟ ୧୧୮ ବିଲିୟନ ଡଲାର ହ୍ରାସ ପାଇଥିଲା। ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ଏଲ୍‌ଆଇସି ଆଦାନୀ ଗ୍ରୁପ୍‌ରେ ପୁଞ୍ଜି ଲଗାଇଥିଲେ। ଏହି ଗ୍ରୁପ୍‌ର ଶେୟାର ମୂଲ୍ୟ ହ୍ରାସ ଯୋଗୁ ଜମାକାରୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି। ହିଣ୍ଡେନବର୍ଗ ରିପୋର୍ଟର ଜେପିସି ତଦନ୍ତ ଦାବିରେ କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ହଟ୍ଟଗୋଳ ଜାରି ରଖିବାରୁ ଅଧିକାଂଶ ସମୟ ଗୃହ ଅଚଳ ରହିଥିଲା। ଦେଶରେ ଆଦାନୀ ସରକାର ଚାଲିଛି ବୋଲି ବିରୋଧୀ ଦଳ ଅଭିଯୋଗ କରିଥିଲା। ଏହି ପ୍ରସଙ୍ଗରେ କଂଗ୍ରେସ ଦେଶବ୍ୟାପୀ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲା। ଜେପିସି ତଦନ୍ତ ଦାବିରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ବାରମ୍ବାର ଗୃହ ମୁଲତବୀ ରହିବା ସତ୍ତେ ସରକାର କୌଣସି ଜବାବ ରଖି ନ ଥିଲେ। ଏପରିକି ପ୍ରଥମ ପର୍ଯ୍ୟାୟ ଅଧିବେଶନ ଶେଷ ଦିନ ସୋମବାର ମଧ୍ୟ ରାଜ୍ୟ ସଭାରେ ବିରୋଧୀ ସଦସ୍ୟମାନେ ଜେପିସି ତଦନ୍ତ ଏବଂ କଂଗ୍ରେସ ଏମ୍‌ପି ରଜନୀ ପାଟିଲଙ୍କ ଉପରେ ନିଲମ୍ବନ ଉଠାଇବାକୁ ଦାବି କରି ସ୍ଲୋଗାନ ଦେଇଥିଲେ। ଫଳରେ ରାଜ୍ୟ ସଭାରେ ଅଧ୍ୟକ୍ଷତା କରୁଥିବା ଉପରାଷ୍ଟ୍ରପତି ଜଗଦୀପ୍‌ ଧନ୍‌କର ପ୍ରଶ୍ନୋତ୍ତର କାଳ ଆରମ୍ଭ ହେବାର କିଛି ସମୟ ପରେ ଗୃହକୁ ମାର୍ଚ୍ଚ ୧୩ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।
ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ସୋମବାର ଶେଷ ହେବା ସହ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାକୁ ମାସେ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି। ମାର୍ଚ୍ଚ ୧୩ରୁ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଜାନୁୟାରୀ ୩୧ରେ ଆରମ୍ଭ ହୋଇଥିଲା ଓ ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିଥିଲେ। ଫେବୃୟାରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୩-୨୪ ଆର୍ଥତ୍କ ବର୍ଷର ବଜେଟ ଉପସ୍ଥାପନ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଉତ୍ତର ରଖିଥିଲେ। ଧନ୍ୟବାଦ ପ୍ରସ୍ତାବ ଗୃହୀତ ହୋଇଥିବାବେଳେ ସାଧାରଣ ବଜେଟ ଉପରେ ମଧ୍ୟ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri