ଭୁବନେଶ୍ୱର ଏମ୍ସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, ୧୪।୨(ବ୍ୟୁରୋ):ଏମ୍ସ ଭୁବନେଶ୍ବରରେ ଜଣେ ପଙ୍ଗୁପ୍ରାୟ ମହିଳା ରୋଗୀଙ୍କ ଦୁଇ ଆଣ୍ଠୁ ଓ ଦୁଇ ହିପ୍‌ (ନିତମ୍ବ ଗଣ୍ଠି)ର ଏକକାଳୀନ ପ୍ରତିରୋପଣ କରାଯାଇଥିଲା। ଭୁବନେଶ୍ବର ଏମ୍ସର ଏହି ସଫଳ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ସୋମବାର ଟୁଇଟ୍‌ କରି କହିଛନ୍ତି, ଚିକିତ୍ସା କ୍ଷେତ୍ରରେ ଆମ ଡାକ୍ତରମାନେ ସବୁବେଳେ ପରିବର୍ତ୍ତନ ଏବଂ ନୂଆ କିଛି କରିବା ପାଇଁ ଉଦ୍ୟମ କରୁଛନ୍ତି। ତାହା ପ୍ରଶଂସନୀୟ। ସେମାନଙ୍କର ଏହି ଅଭିନବତ୍ୱ ଆମକୁ ଗର୍ବିତ କରୁଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ସେହିଭଳି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ୍‌ ମାଣ୍ଡଭିୟ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏଭଳି ବିରଳ ଅସ୍ତ୍ରୋପଚାର କରିଥିବା ଏମ୍ସର ଡାକ୍ତରୀ ଟିମ୍‌କୁ ପ୍ରଶଂସା କରିଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଆଳି ବ୍ଲକ୍‌ର ଜଣେ ୩୭ ବର୍ଷୀୟ ମହିଳା ଆଣ୍ଠୁଗଣ୍ଠି ବାତ ରୋଗରେ ପୀଡ଼ିତ ହୋଇ ପଙ୍ଗୁପ୍ରାୟ ଅବସ୍ଥାରେ ଯନ୍ତ୍ରଣାର ସହ ବଞ୍ଚୁଥିଲେ। ଏମ୍ସ ଭୁବନେଶ୍ବରର ଅସ୍ଥିଶଲ୍ୟ ବିଭାଗକୁ ଚିକିତ୍ସା ପାଇଁ ଆସିବା ପରେ ବିଭିନ୍ନ ପରୀକ୍ଷାନିରୀକ୍ଷା କରାଯାଇଥିଲା। ମହିଳାଙ୍କ ଦୁଇ ଆଣ୍ଠୁ ଏବଂ ଦୁଇ ହିପ୍‌ର ପ୍ରତିରୋପଣ ଏକକାଳୀନ କରାଯିବାର ଆବଶ୍ୟକତା ଥିବା ଡାକ୍ତରୀ ଦଳ ଅନୁଭବ କରିବା ପରେ ଏଥିପାଇଁ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଗଠନ କରାଯାଇଥିଲେ। ଡାକ୍ତରୀ ଦଳ ପ୍ରଥମେ ମହିଳାଙ୍କ ଦୁଇ ହିପ୍‌ ଓ ପରେ ଦୁଇ ଆଣ୍ଠୁର ପ୍ରତିରୋପଣ କରିଥିଲେ। ରୋଗୀ ଜଣକ ଦୁଇଦିନ ଆଇସିୟୁରେ ରହିବା ପରେ ତୃତୀୟ ଦିନରେ ଚାଲିବା ଆରମ୍ଭ କରିଥିଲେ। ଏମ୍ସ ଭୁବନେଶ୍ବର ଅସ୍ଥିଶଲ୍ୟ ବିଭାଗର ଡା. ସୁଜିତ କୁମାର ତ୍ରିପାଠୀ ଏବଂ ଡା. ମଣ୍ଟୁ ଜୈନଙ୍କ ନେତୃତ୍ୱରେ ଏକ ଯୁବ ତଥା ଦକ୍ଷ ଡାକ୍ତରୀ ଦଳ ଏହି ବିରଳ ପ୍ରତିରୋପଣକୁ ସଫଳତାର ସହିତ ସମ୍ପନ୍ନ କରିଥିଲେ। ଏମ୍ସ ଭୁବନେଶ୍ବରରେ ହୋଇଥିବା ଏହି ପ୍ରତିରୋପଣ ଓଡ଼ିଶାରେ ପ୍ରଥମ ଓ ସର୍ବଭାରତୀୟ ସ୍ତରରେ ଦ୍ବିତୀୟ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri