ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

ଭୁବନେଶ୍ୱର, ୧୫ା୨(ବ୍ୟୁରୋ): ‘ଆମ ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କରାଯିବ। ଏଥିପାଇଁ ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ବିଗତ କିଛିବର୍ଷ ମଧ୍ୟରେ ରାଜ୍ୟରେ ୭ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ହୋଇଛି। କଳାହାଣ୍ଡି, ତାଳଚେର, ଯାଜପୁର ଓ କନ୍ଧମାଳରେ ଆଉ ୪ଟି ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯାଉଛି। ଏ ନେଇ ମଙ୍ଗଳବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି। ଲୋକସେବା ଭବନରେ ବରିଷ୍ଠ ଅଧିକାରୀ ସମ୍ମିଳନୀର ପୂର୍ବାହ୍ନ ଅଧିବେଶନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସମ୍ବନ୍ଧିତ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ‘ଆମ ହସ୍ପିଟାଲ୍‌’ ଏବଂ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଆଲୋଚନାର ମୁଖ୍ୟ ବିଷୟବସ୍ତୁ ଥିଲା। ସ୍ବାସ୍ଥ୍ୟ ସଚିବ କହିଲେ, ଅନୁଗୋଳ, ବଡ଼ବିଲ, ଝାରସୁଗୁଡା ଏବଂ ଭଦ୍ରକରେ ମେଡିକାଲ କଲେଜ ବଦଳରେ ପିପିପି ମୋଡ୍‌ରେ ସ୍ପେଶିଆଲିଟି ହସ୍ପିଟାଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ କାର୍ଯ୍ୟ ୨୦୨୩ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ତେବେ ଝାରସୁଗୁଡ଼ାଠାରେ ସ୍ବତନ୍ତ୍ର କ୍ୟାନ୍‌ସର ଓ ହୃଦରୋଗ ହସ୍ପିଟାଲ ପିପିପି ମୋଡ୍‌ରେ ଆରମ୍ଭ କରାଯିବ ବୋଲି ସଚିବ କହିଛନ୍ତି।
ରାଜ୍ୟରେ ଖାଲି ପଡ଼ିଥିବା ଡାକ୍ତରୀ ପଦବୀକୁ ନେଇ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ କହିଲେ, ୩ ହଜାର ଡାକ୍ତର ପଦବୀ ପାଇଁ ଓପିଏସ୍‌ସି ଅଧୀନରେ ଚୟନ କରାଯାଇଛି। ସେପ୍ଟେମ୍ବର ସୁଦ୍ଧା ନିଯୁକ୍ତି ପତ୍ର ଦିଆଯିବ। ଏହାପରେ ଆଉ ୫ ହଜାର ପଦବୀ ପାଇଁ ଓପିଏସ୍‌ସି ଅଧୀନରେ ଚୟନ କରାଯାଇ ନିଯୁକ୍ତି ଦିଆଯିବାକୁ ଯୋଜନା କରାଯାଇଛି। ସେହିପରି ବିଏସ୍‌କଓ୍ବୋଇକୁ ସମ୍ପ୍ରସାରଣ କରାଯାଉଛି। ରାଜ୍ୟ ବାହାରେ ୫୦୦ ହସ୍ପିଟାଲକୁ ବିଏସ୍‌କଓ୍ବୋଇରେ ସାମିଲ କରାଯାଇଛି। ପ୍ରତ୍ୟେକ ଦିନ ନୂଆ ନୂଆ ହସ୍ପିଟାଲକୁ ସାମିଲ କରିବାକୁ କାର୍ଯ୍ୟ ଜାରି ରହିଛି। ବିଏସ୍‌କଓ୍ବୋଇରେ ଏବେଯାଏ ରାଜ୍ୟରେ ୯୬.୫ ଲକ୍ଷ ପରିବାରରୁ ୯୭ ପ୍ରତିଶତ ଲୋକେ ଉପକୃତ ହେଉଛନ୍ତି ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସଚିବଙ୍କ ସମେତ ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ବଲାଙ୍ଗୀର ଜିଲାପାଳ ଚଞ୍ଚଲ ରଣା ଏବଂ ଦେବଗଡ଼ ଜିଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଏହି ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri