୨ ଗିରଫ, ଅନ୍ୟ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଶହୀଦନଗର ଥାନା ଅନ୍ତର୍ଗତ ଖଡୱାଲି ମନ୍ଦିର ନିକଟ ବିଡିଏ ପାର୍କ ସାମ୍ନାରେ ସ୍କୁଲ ବସ୍‌କୁ ଭଙ୍ଗାରୁଜା କରି ଡ୍ରାଇଭରଙ୍କୁ ଆକ୍ରମଣ କରିବା ସହ ପିଲାଙ୍କୁ ଭୟଭିତ କରିବା ଘଟଣାରେ ସମ୍ପୃକ୍ତ୨ଯୁବକଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ସ୍ଥାନୀୟ ଥାନା ଶାନ୍ତିପଲ୍ଲୀ ବସ୍ତିରେ ରହୁଥିବା ଲିପୁନ ବିଶ୍ୱାଳ ଓରଫ ଲିପୁ (୧୯) ଓ ଶହୀଦନଗର ହାଇ ସ୍କୁଲ ପାଖରେ ରହୁଥିବା ରକି ବେହେରା (୧୯)। ଉଭୟଙ୍କୁ କୋର୍ଟ ଚାଲାଣ କରାଯିବା ପରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଏହି ମାମଲାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଖୋଜା ଚାଲିଥିବା ପୋଲିସ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ସୋମବାର ଅପରାହ୍ନ ପ୍ରାୟ ୨ଟା ୩୦ରେ ଜାଭିୟର ଛକ ନିକଟ ଲୟୋଲା ସ୍କୁଲର ମିନି ବସ୍‌ ଛାତ୍ରୀଛାତ୍ରଙ୍କୁ ଛାଡ଼ିବାକୁ ଯାଉଥିଲା। ଏହି ସମୟରେ ବିଡିଏ ପାର୍କ ସମ୍ମୁଖ ରାସ୍ତାରେ ୭ରୁ ୮ଜଣ ଯୁବକ ଭିଡିଓ ଶୁଟ୍‌ କରୁଥିଲେ। ଉକ୍ତ ବସ୍‌ରେ ଥିବା ପିଲାମାନେ ସେମାନଙ୍କୁ ଦେଖି ହସିଥିଲେ। ହେଲେ ପିଲାମାନେ କମେଣ୍ଟ କରୁଥିବା ଭାବି ଯୁବକମାନେ ବସ୍‌କୁ ଅଟକାଇଥିଲେ। ପରେ ସେମାନେ ବସ୍‌ ଭିତରକୁ ଯାଇ ପିଲାମାନଙ୍କୁ ଧମକ ଦେଇ ଭୟଭୀତ କରାଇଥିଲେ। ଏହାକୁ ଗାଡ଼ିର ଡ୍ରାଇଭର ପ୍ରତିବାଦ କରିବାରେ ଯୁବକମାନେ ତାଙ୍କ ମାଡ଼ ମାରିଥିଲେ। ଫଳରେ ତାଙ୍କର କାନମୁଣ୍ଡା ନିକଟରେ ଫାଟିଯାଇ ରକ୍ତସ୍ରାବ ହୋଇଥିଲା। ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଆସି ଯୁବକଙ୍କ କବଳରୁ ଡ୍ରାଇଭରଙ୍କୁ ଉଦ୍ଧାର କରିବା ସହ ଥାନାକୁ ଖବର ଦେଇଥିଲେ। ଡ୍ରାଇଭରଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୬୬/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri