Posted inଜାତୀୟ

ଭୁବନେଶ୍ୱରରେ ହେବ ସିଡବ୍ଲ୍ୟୁଜିର ଦ୍ୱିତୀୟ ବୈଠକ

ନୂଆଦିଲ୍ଲୀ,୧୬ା୨: ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ପ୍ରଥମ କଲ୍ଚର ଓ୍ବାର୍କିଂ ଗ୍ରୁପ୍‌ (ସିଡବ୍ଳ୍ୟୁଜି) ବୈଠକ ମଧ୍ୟପ୍ରଦେଶର ମନ୍ଦିର ସହର ଖଜୁରାହୋରେ ଫେବୃୟାରୀ ୨୨ରୁ ଆରମ୍ଭ ହେବ। ଏହା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ‘କଲ୍ଚର ଫର୍‌ ଲାଇଫ୍‌’ (ଜୀବନ ପାଇଁ ସଂସ୍କୃତି) ବିଷୟ ଉପରେ ଏଥିରେ ଗୁରୁତ୍ୱ ଦିଆଯିବ। ପରିବେଶ ସଚେତନ ଜୀବନଶୈଳୀକୁ ନିରନ୍ତର ଜୀବନ ପାଇଁ କ୍ୟାମ୍ପେନ୍‌ ଭାବେ ବ୍ୟବହାର କରାଯିବ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଦ୍ୱିତୀୟ ଓ କର୍ନାଟକର ହାମ୍ପିରେ ତୃତୀୟ ବୈଠକ ଅନୁଷ୍ଠିତ ହେବ ବୋଲି ବୁଧବାର କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରାଚୀନ ସହର ଖଜୁରାହୋ ୟୁନେସ୍କୋର ଏକ ବିଶ୍ୱ ଐତିହ୍ୟ ସ୍ଥଳ। ଏଠାରେ ଚନ୍ଦେଲା ବଂଶ ପକ୍ଷରୁ ୯୫୦-୧୦୫୦ ଖ୍ରୀଷ୍ଟାବ୍ଦରେ ନିର୍ମିତ ମନ୍ଦିରର କାରୁକାର୍ଯ୍ୟ ଦେଶବିଦେଶର ପର୍ଯ୍ୟଟକଙ୍କ ଦୃଷ୍ଟି ଆକର୍ଷଣ କରିଥାଏ। ଐତିହାସିକ ରେକର୍ଡ ଅନୁସାରେ ଖଜୁରାହୋର ୨୦ କି.ମି. ପରିଧି ମଧ୍ୟରେ ୮୫ଟି ମନ୍ଦିର ନିର୍ମିତ ହୋଇଥିଲା। ଏହା ବର୍ତ୍ତମାନ ୬ କି.ମି. ଅଞ୍ଚଳରେ ସୀମିତ ହୋଇଯାଇଛି। ମାତ୍ର ୨୫ଟି ମନ୍ଦିର ନିଜ ଅସ୍ତିତ୍ୱ ବଜାୟ ରଖିପାରିଛି। ଖଜୁରାହୋର ମହାରାଜା ଛତ୍ରଶାଳ କନ୍‌ଭେନ୍ସନ ସେଣ୍ଟର (ଏମ୍‌ସିସିସି)ରେ ହେବାକୁ ଥିବା ସିଡବ୍ଲ୍ୟୁଜି ବୈଠକରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଷନ ରେଡ୍ଡୀ ଯୋଗଦେଇ ଏକ ପ୍ରଦର୍ଶନୀର ଉଦ୍‌ଘାଟନ କରିବେ ଦ୍ୱିତୀୟ ବୈଠକ ଭୁବନେଶ୍ୱର ଓ ତୃତୀୟ ବୈଠକ ହାମ୍ପିରେ ଅନୁଷ୍ଠିତ ହେବ ବୋଲି ନୂଆଦିଲ୍ଲୀରେ ସଂସ୍କୃତି ସଚିବ ଗୋବିନ୍ଦ ମୋହନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସିଡବ୍ଲ୍ୟୁଜିର ଚତୁର୍ଥ ବୈଠକ ପାଇଁ ସ୍ଥାନ ନିରୂପଣ ହୋଇ ନ ଥିବା ସେ କହିଛନ୍ତି।

ପ୍ରକାଶ ଯେ, ୨୦୨୨ ଡିସେମ୍ବର ୧ରେ ଭାରତ ଜି୨୦ ଅଧ୍ୟକ୍ଷତା ଗ୍ରହଣ କରିଥିଲା। ଦେଶର ୫୫ ସ୍ଥାନରେ ୨୦୦ରୁ ଊର୍ଦ୍ଧ୍ୱ ବୈଂକ ଅନୁଷ୍ଠିତ ହେବ, ଯାହାକି ଆସନ୍ତା ସେପ୍ଟେମ୍ବରରେ ନୂଆଦିଲ୍ଲୀରେ ଶେଷ ହେବ। ଏଥିରେ ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ, ବ୍ରାଜିଲ, କାନାଡା, ଚାଇନା, ଫ୍ରାନ୍ସ, ଜର୍ମାନୀ, ଇଣ୍ଡୋନେସିଆ, ଇଟାଲୀ, ଜାପାନ, ଦକ୍ଷିଣ କୋରିଆ, ମେକ୍ସିକୋ, ରୁଷିଆ, ସାଉଦି ଆରବ, ଦକ୍ଷିଣ ଆଫ୍ରିକା, ତୁର୍କୀ, ବ୍ରିଟେନ, ଆମେରିକା ଏବଂ ୟୁରୋପୀୟ ସଂଘ (ଇୟୁ) ପ୍ରତିନିଧିମାନେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri