କରୋନା ପାଇଁ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରି ୨.୪ କୋଟି ଦର୍ଶକ ହରାଇଛି

ନୂଆଦିଲ୍ଲୀ,୧୬।୨: : ବର୍ତ୍ତମାନ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରି କରୋନା ମହାମାରୀରେ ପ୍ରାୟ ୨.୪ କୋଟି ଦର୍ଶକଙ୍କୁ ହରାଇଛି। ଏରମାକ୍ସର ୨୦୨୩ ରିପୋର୍ଟ ଅନୁଯାୟୀ, ଭାରତରେ ବର୍ତ୍ତମାନ ୧୨.୨ କୋଟି ଚଳଚ୍ଚିତ୍ର ଦର୍ଶକ ରହିଛନ୍ତି, ଯେଉଁମାନେ ପୂର୍ବ ୧୨ ମାସ ମଧ୍ୟରେ ଗୋଟିଏ ଥିଏଟରରେ ଅତି କମ୍‌ରେ ଗୋଟିଏ ମୁଭି ଦେଖିଥିବେ। ହେଲେ କରୋନା ମହାମାରୀ ପୂର୍ବରୁ ୨୦୨୦ ଜାନୁୟାରୀରୁ ମାର୍ଚ୍ଚ ମଧ୍ୟରେ ଏହି ସଂଖ୍ୟା ୧୪.୬ କୋଟିରେ ପହଞ୍ଚିଥିଲା। ଜାନୁୟାରୀ ୨୦୨୩ ରିପୋର୍ଟ ମୁତାବକ, ୧୫ ହଜାର ଭାରତୀୟ ଦର୍ଶକ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ରହିଛନ୍ତି। ଓରମାକ୍ସ ମିଡିଆର ରିପୋର୍ଟ ଅନୁଯାୟୀ ପ୍ରତିବର୍ଷ ହାରାହାରି ୧.୫ ପ୍ରତିଶତ ଫିଲ୍ମ ଭାରତୀୟ ଦର୍ଶକ ୧.୫ ଭାଷାରେ ଦେଖିଥାନ୍ତି। ଭାରତର ୫.୮ କୋଟି ଦର୍ଶକଙ୍କ ଅନୁସାରେ, ହିନ୍ଦୀ ହେଉଛି ସର୍ବାଧିକ ଦେଖାଯାଉଥିବା ଭାଷା। ପୂର୍ବ ମହାମାରୀ ସ୍ତର ତୁଳନାରେ ହିନ୍ଦୀ ସିନେମା ଦେଖିବାକୁ ହଲ୍‌ ଯାଉଥିବା ଦର୍ଶକଙ୍କ ସଂଖ୍ୟା ୨୧.୫ ପ୍ରତିଶତ ହ୍ରାସ ପାଇଛି। ଏହା ଅପେକ୍ଷା ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରେ ବୃଦ୍ଧି ଦେଖିବାକୁ ମିଳିଛି। ତେବେ କନ୍ନଡ଼ ଭାଷାରେ ୨୫ ପ୍ରତିଶତ ବୃଦ୍ଧି ହୋଇଥିବା ଜଣାପଡ଼ିଛି। ତାମିଲ ଭାଷାରେ ଏହା ୨୮.୨ ପ୍ରତିଶତରେ ସ୍ଥିର ରହିଥିବାବେଳେ ତେଲୁଗୁରେ ୨୫୧. ୮୪ କୋଟିରୁ ୨୩୧.୯୬ କୋଟିକୁ ହ୍ରାସ ପାଇଛି। ଅନ୍ୟପଟେ ହଲିଉଡ୍‌ରେ ଏହା ୧୦.୧ ପ୍ରତିଶତ ବୃଦ୍ଧି ହୋଇ ୧୮୨.୨୬ କୋଟିରୁ ୨୦୦.୪୮ କୋଟି ହୋଇଛି। ତେବେ ଓରମାକ୍ସ ରିପୋର୍ଟ ଅନୁଯାୟୀ, ୨୦୨୩ ସୁଦ୍ଧା ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରି ହଜି ଯାଇଥିବା ଦର୍ଶକଙ୍କୁ ଫେରାଇ ଆଣିବାକୁ ଚେଷ୍ଟା କରୁଛି। ବର୍ତ୍ତମାନ ‘ପଠାନ’ ଭଳି ଚଳଚ୍ଚିତ୍ର ଫେବୃୟାରୀ ୧୩ ସୁଦ୍ଧା ବିଶ୍ୱବ୍ୟାପୀ ୪୭୨.୯୫ କୋଟିରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri