Posted inଖେଳ

ବାରବାଟୀରେ ବିଶ୍ୱକପ୍‌ ମ୍ୟାଚ ହେବନି

କଟକ ଅଫିସ, ୧୬ା୨: ଆସନ୍ତା ଅକ୍ଟୋବର ୧୦ରୁ ଆରମ୍ଭ ହେବାକୁଥିବା ପୁରୁଷ କ୍ରିକେଟ ବିଶ୍ୱକପ୍‌ ମ୍ୟାଚ ବାରବାଟୀ ଷ୍ଟାଡିୟମରେ ହେବ ନାହିଁ। ଅନ୍ତର୍ଜାତୀୟ ବିମାନ ସେବା ସୁବିଧା ନ ଥିବାରୁ ଏଠାରେ ମ୍ୟାଚ୍‌ ହୋଇପାରିବ ନାହିଁ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି। ରାଜ୍ୟର ଏହି ଐତିହାସିକ କ୍ରିକେଟ ଭେନ୍ୟୁରେ ୨୦୨୩ ବିଶ୍ୱକପ୍‌ର ଏକ ମ୍ୟାଚ୍‌ ଖେଳାଯିବ ବୋଲି ଆଶା ରହିଥିଲା। ଏ ସଂକ୍ରାନ୍ତରେ ପୂର୍ବରୁ ମଧ୍ୟ ଓସିଏ ପକ୍ଷରୁ ସୂଚନା ଦିଆଯାଇଥିଲା। ମାତ୍ର ବିସିସିଆଇର ଏଭଳି ନିଷ୍ପତ୍ତି ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ହକି ବିଶ୍ୱକପ ପାଇଁ ବିଶ୍ୱର ୧୬ଟି ଦେଶ ଭାଗ ନେଇଥିଲେ। ରାଉରକେଲା ଏବଂ ଭୁବନେଶ୍ୱରରେ ସବୁ ମ୍ୟାଚ ଖେଳାଗଲା। ତେବେ ବିଶ୍ୱକପ୍‌ ମ୍ୟାଚ୍‌ ଆୟୋଜନ କରିବା କ୍ଷେତ୍ରରେ ବାରବାଟୀର ପୁରୁଣା ରେକର୍ଡ ରହିଛି। ବିଗତ ବର୍ଷଗୁଡିକ ମଧ୍ୟରେ ମହିଳା ଓ ପୁରୁଷକୁ ମିଶାଇ ଅନେକ ବିଶ୍ୱକପ୍‌ ମ୍ୟାଚ୍‌ ବାରବାଟୀରେ ହୋଇଛି। ତେବେ ବିସିସିଆଇର ଏଭଳି ନିଷ୍ପତ୍ତି କ୍ରିକେଟ ପ୍ରେମୀଙ୍କୁ ନିରାଶ କରିଛି। ଏନେଇ ଗୁରୁଡିଝାଟିଆର କପୁରସିଂହଠାରେ ଏମ୍‌ଜିଏମ୍‌ ସ୍କୁଲ ଅଫ୍‌ ସ୍ପୋଟର୍‌ସ ଆଣ୍ଡ ସେଣ୍ଟର ଅଫ୍‌ ଏକ୍ସିଲେନ୍ସି ଫର୍‌ କ୍ରିକେଟର ଉଦ୍‌ଘାଟନୀ ଉତ୍ସବରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମ୍ପାଦକ ସଞ୍ଜୟ ବେହେରା ନିଜ ଅଭିଭାଷଣ ଭିତରେ ଏ ସଂକ୍ରାନ୍ତରେ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ବାରବାଟୀ ଷ୍ଟାଡିୟମକୁ ବିଶ୍ୱକପ୍‌ ମ୍ୟାଚ୍‌ ଦେବା ନିମନ୍ତେ ଓସିଏ ପକ୍ଷରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ନିକଟରେ ପ୍ରସ୍ତାବ ଦିଆଯାଇଥିଲା। ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରାଯାଇଥିଲା। ହେଲେ ବିଭିନ୍ନ କାରଣ ଦର୍ଶାଇ ବାରବାଟୀରେ ମ୍ୟାଚ୍‌ ହୋଇପାରିବ ନାହିଁ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି। ଅନ୍ତର୍ଜାତୀୟ ବିମାନ ସେବା ନ ଥିବାରୁ ଏଠାରେ ମ୍ୟାଚ୍‌ ହୋଇପାରିବ ନାହିଁ ବୋଲି କହୁଛନ୍ତି ବିସିସିଆଇର ଅଧିକାରୀ। ସଫଳତାର ସହ ଦୁଇଥର ହକି ବିଶ୍ୱକପ୍‌ ଆୟୋଜନ କରି ସାରିଛି ଓଡ଼ିଶା। ତଥାପି ବିସିସିଆଇର ଏଭଳି ନୀତି ରାଜ୍ୟର କ୍ରିକେଟପ୍ରେମୀଙ୍କୁ ନିରାଶ କରିବ ବୋଲି ସଞ୍ଜୟ କହିଛନ୍ତି।

ଚଳିତ ବର୍ଷ ଏହି ବିଶ୍ୱକପ୍‌ର ଆୟୋଜକ ଭାରତ ରହିଛି। ଦେଶର ବିଭିନ୍ନ ସ୍ଥାନରେ ବିଶ୍ୱକପ୍‌ ମ୍ୟାଚ୍‌ ଖେଳାଯିବ। ହେଲେ ବାରବାଟୀରେ ମ୍ୟାଚ୍‌ ସୁଯୋଗ ନାହିଁ। ୧୯୮୭ରେ ଏଠାରେ ପ୍ରଥମଥର ନିମନ୍ତେ ବିଶ୍ୱକପ୍‌ ମ୍ୟାଚ୍‌ ଖେଳାଯାଇଥିଲା। ଯେଉଁଥିରେ ଅଷ୍ଟ୍ରେଲିଆ ଓ ଜିମ୍ବାୱେ ମ୍ୟାଚ ଖେଳିଥିଲେ। ଏହାପରେ ୧୯୯୬ରେ ଭାରତ ଓ କେନିୟାକୁ ନେଇ ବାରବାଟୀରେ ବିଶ୍ୱକପ୍‌ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ସେହିପରି ୨୦୧୩ରେ ମହିଳା କ୍ରିକେଟ ବିଶ୍ୱକପ୍‌ ଆୟୋଜନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri