Posted inଜାତୀୟ

‘ଆଦି ମହୋତ୍ସବ’ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମରେ ‘ଆଦି ମହୋତ୍ସବ’ର ଉଦଘାଟନ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ତାଙ୍କ ସହ ଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ସ୍ବାଧୀନତା ସଂଗ୍ରାମୀ ତଥା ଆଦିବାସୀ ନେତା ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଆଦିବାସୀ ସଂସ୍କୃତି, ହସ୍ତଶିଳ୍ପ, ରୋଷେଇ ଘର, ବାଣିଜ୍ୟ ଏବଂ ପାରମ୍ପାରିକ କଳା ପ୍ରଦର୍ଶିତ ହେଉଛି। ଆଦିବାସୀ ସମ୍ପ୍ରଦାୟ ଦ୍ୱାରା ଉତ୍ପାଦିତ ଶ୍ରୀ ଅନ୍ନ ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ହେବ।
ଦେଶର ଆଦିବାସୀ ଜନଜାତିଙ୍କ କଲ୍ୟାଣ ପାଇଁ ପ୍ରଧାନମନ୍ତ୍ରୀ ମୋଦି କ୍ରମାଗତ ଭାବରେ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏଥିସହ ସେ ଦେଶର ପ୍ରଗତି ତଥା ବିକାଶରେ ଆଦିବାସୀ ସମ୍ପ୍ରଦାୟର ଅବଦାନକୁ ମଧ୍ୟ ସମ୍ମାନ ପ୍ରଦାନ କରୁଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ପକ୍ଷରୁ କୁହାଯାଇଛି।
ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅଧୀନରେ ଥିବା ଆଦିବାସୀ କୋଅପରେଟିଭ ମାର୍କେଟିଂ ଡେଭଲପମେଣ୍ଟ ଫେଡେରେସନ ଅଫ ଇଣ୍ଡିଆ ଲିମିଟେଡ (ଟିଆରଆଇଏଫ୍‌ଇଡି)ର ଅଧୀନରେ ‘ଆଦି ମହୋତ୍ସବ’ ଆୟୋଜିତ ହୁଏ। ଚଳିତ ବର୍ଷ ଏହା ୧୬ ରୁ ୨୭ ଫେବୃଆରୀ ପର୍ଯ୍ୟନ୍ତ ଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମରେ ଆୟୋଜିତ ହେଉଛି। ଏହି କାର୍ଯ୍ୟକ୍ରମରେ ୨୦୦ ଷ୍ଟଲ ମାଧ୍ୟମରେ ସମଗ୍ର ଦେଶରେ ଆଦିବାସୀ ସମ୍ପ୍ରଦାୟର ସମୃଦ୍ଧ ଏବଂ ବିବିଧ ଐତିହ୍ୟ ପ୍ରଦର୍ଶିତ ହେବ। ଏହି ଉତ୍ସବରେ ପ୍ରାୟ ଏକ ହଜାର ଆଦିବାସୀ କାରିଗର ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri