କଲଭର୍ଟ ଉପରକୁ ଚଢ଼ିଗଲା ଆଇରନ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଡ୍ରାଇଭର

ବିଶୋଇ,୧୬ା୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ ଜାତୀୟ ରାଜପଥସ୍ଥିତ ସ୍ଥାନୀୟ ଚଟାଣି ଛକ ନିକଟରେ ଏକ ଆଇରନ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ କଲଭର୍ଟ ଉପରକୁ ଚଢ଼ିଯିବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତେବେ ହେଲ୍ପର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତ ଟ୍ରକ ଡ୍ରାଇଭର ଜଣଙ୍କ ହେଲେ କେନ୍ଦୁଝର ଜିଲା ରାଇଁସୁଆ ଅଞ୍ଚଳର ପପୁନି ମୁଣ୍ଡା (୨୫) ଓ ଗୁରୁତର ହେଲ୍ପର ଜଣଙ୍କ ମଧ୍ୟ ଉକ୍ତ ଥାନା ଅଞ୍ଚଳର ନୁନକୁ ବେଣ୍ଟକାର (୩୨)।

ସୂଚନାଥାଉକି, ଗତକାଲି ବିଳମ୍ବିତ ରାତିରେ କେନ୍ଦୁଝର ପଟୁ ଏକ ଆଇରନ ବୋଝେଇ ଟ୍ରକ୍‌ (ଓ ୦୪ କ୍ୟୁ ୨୮୭୨) ଆସୁଥିବା ସମୟରେ ଭାରସାମ୍ୟ ହରାଇ ଚଟାଣି ଛକ ନିକଟସ୍ଥ ଏକ କଲଭର୍ଟ ଉପରକୁ ଚଢ଼ି ଯାଇଥିଲା। ଟ୍ରକ୍‌ ଖୁବ୍‌ ଦ୍ରୁତ ଗତିରେ ଥିବା ହେତୁ କଲଭର୍ଟରେ ଜୋର୍‌ରେ ଧକ୍କା ଲାଗିଥିଲା। ଟ୍ରକର ଇଞ୍ଜିନ ଓ ଡାଲା ଦୁଇ ଭାଗ ହୋଇଯାଇଥିଲା। ଟ୍ରକ ଚାଳକଙ୍କ ଇଞ୍ଜିନ ମଧ୍ୟରେ ଚାପି ହୋଇ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ତେବେ ହେଲ୍ପର ଟ୍ରକରୁ ୪୦ ଫୁଟ ଦୂରକୁ ଛିଟିକି ପଡ଼ି ଅଳ୍ପକେ ରକ୍ଷା ପାଇଥିଲେ ସୁଦ୍ଧା ଗୁରୁତର ହୋଇଛନ୍ତି। ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ଘଟଣା ସମ୍ପର୍କରେ ଜାଣି ଦମକଳବାହିନୀକୁ ଖବର ଦେଇଥିଲା। ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତ ଡ୍ରାଇଭରଙ୍କୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ସେହିପରି ଗୁରୁତର ଅବସ୍ଥାରେ ହେଲ୍ପରକୁ ଉଦ୍ଧାର କରି ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଥିଲା। ଏହି ଘଟଣାକୁ ନେଇ ବିଶୋଇ ଥାନାରେ କେସ୍‌ ନଂ ୩୭/୨୩ରେ ଏକ ମାମଲା ରୁଜୁ ହୋଇଥିବାର ଜଣାପଡିଛି। ଟ୍ରକ୍‌ ଚାଳକଙ୍କ ଆଖି ଲାଗି ଯାଇଥିବାରୁ ଏହିପରି ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri