ଭିତ୍ତିଭୂମି ଅଛି, ଡାକ୍ତର ଅଭାବ

ନିଶ୍ଚିନ୍ତକୋଇଲି,୧୭।୨(ସ୍ବ.ପ୍ର.): ଗ୍ରାମାଞ୍ଚଳ ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ମିଶନ ଗଠନ କରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର ଭିତ୍ତିଭୂମିର ଉନ୍ନତି ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ନଗସପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଭିତ୍ତିିଭୂମି ରହିଛି। କିନ୍ତୁ ଦୀର୍ଘଦିନ ହେଲା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ କୌଣସି ସ୍ଥାୟୀ ଡାକ୍ତର ନାହାନ୍ତି। ଫଳରେ ଲୋକେ ସର୍ବନିମ୍ନ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ୧୯୫୬ରେ ତକତ୍ାଳୀନ ଜିଲା ପରିଷଦ ସଭ୍ୟ ତଥା ସ୍ବାଧୀନତା ସଂଗ୍ରାମୀ ସୁରେନ୍ଦ୍ର ପଟ୍ଟନାୟକଙ୍କ ଉଦ୍ୟମ ଯୋଗୁ ନଗସପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପ୍ରତିଷ୍ଠା କରାଯାଇଥିଲା। ପରବର୍ତ୍ତୀ ସମୟରେ ପୂର୍ବତନ ବାଚସ୍ପତି ସ୍ବର୍ଗତ ଯୁଧିଷ୍ଠିର ଦାସ ଓ ତକତ୍ାଳୀନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଉଦ୍ୟମରେ ସ୍ବାସ୍ଥ୍ୟକେନ୍ଦ୍ରର ଭିତ୍ତିଭୂମିର ଉନ୍ନତି କରାଯାଇଥିଲା। ମାତ୍ର ଦୀର୍ଘ ୫ ବର୍ଷ ହେଲା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ କୌଣସି ସ୍ଥାୟୀ ଡାକ୍ତର ନଥିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି। ଏଠାରେ ଯେଉଁ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଏ, ସେମାନେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହି ରୋଗୀସେବା କରିଥା’ନ୍ତି। ସମ୍ପୃକ୍ତ ଡାକ୍ତର ସପ୍ତାହକୁ ମାତ୍ର ଥରେ ୨ ଥର କାଁ ଭାଁ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ଆସି ପୁନର୍ବାର ଫେରି ଯାଇଥାନ୍ତି।
ଏହି ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ପ୍ରିୟରଞ୍ଜନ ଜେନାଙ୍କ ଦୀର୍ଘ ଦିନ ହେବ ଜଗତ୍‌ସିଂହପୁର ଜିଲାର କ୍ରୀଷ୍ଣାନନ୍ଦପୁରକୁ ବଦଳି ହେଲାଣି। ତାଙ୍କ ସ୍ଥାନରେ ଏପର୍ଯ୍ୟନ୍ତ କୌଣସି ନୂତନ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇନାହିଁ। ଏକମାତ୍ର ଆୟୁଷ ଡାକ୍ତର ନାମକୁମାତ୍ର ଡାକ୍ତରଖାନାକୁ ଆସି ଫେରିଯାଇଥା’ନ୍ତି। ଅପରପକ୍ଷେ ଏହି ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ରୋଗୀଙ୍କ ଔଷଧ ଚିଠା ଲେଖୁଥିବାର ଦେଖିବାକୁ ମିଳିଛି।
ରୋଗୀଙ୍କ ନିମନ୍ତେ ସେ ଏକମାତ୍ର ଦଇବ ସାହାଭଳି ଫାର୍ମାସିଷ୍ଟ କାର୍ଯ୍ୟ କରୁଛନ୍ତି ବୋଲି
ସ୍ଥାନୀୟ ଲୋକେ କହିଛନ୍ତି। ସେହିଭଳି ଭାବେ ଏହି ସ୍ବାସ୍ଥ୍ୟକେନ୍ଦ୍ର ନିମନ୍ତେ ୨ ଜଣ ଷ୍ଟାଫ ନର୍ସଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ଷ୍ଟାଫ ନର୍ସ ପ୍ରସୂତିକାଳୀନ ଛୁଟିରେ ରହିଛନ୍ତି। ଫଳରେ ଜଣେ ମାତ୍ର ଷ୍ଟାଫ ନର୍ସଙ୍କୁ ନେଇ ଏଠାରେ ସ୍ବାସ୍ଥ୍ୟସେବା ଚାଲିଥିବା ସାଧାରଣରେ ଅଭିଯୋଗ ହୋଇଛି।
ଅପରପକ୍ଷରେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ କୋଟି କୋଟି ଟଙ୍କା ବ୍ୟୟରେ ଗୃହ ନିର୍ମାଣ କରାଯାଇଥିଲେ ମଧ୍ୟ କୌଣସି କର୍ମଚାରୀ ରହୁ ନ ଥିବା ଜଣାପଡ଼ିଛି। ଫଳରେ ଜରୁରୀକାଳୀନ ପରିସ୍ଥିତିରେ ଲୋକେ ଏଠାକୁ ଚିକିତ୍ସା ନିମନ୍ତେ ଆସି ଡାକ୍ତର ଓ କର୍ମଚାରୀଙ୍କୁ ନପାଇ ନିରାଶ ହୋଇ ଫେରୁଛନ୍ତି। ବହୁ ସମୟରେ ଗର୍ଭବତୀ ପ୍ରସୂତି ମହିଳା, କୋମଳମତି ଶିଶୁ ଓ ସାଧାରଣ ଲୋକେ ଆବଶ୍ୟକ ଚିକିତ୍ସା ସେବା ପାଇ ନ ପାରି ଅକାଳରେ ମୃତ୍ୟୁମୁଖରେ ପଡୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।
ଏ ସମ୍ପର୍କରେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟ ଅମିତ ଜେନା କୁହନ୍ତି ସେଠାରେ ଜଣେ ଆୟୁଷ ଡାକ୍ତର ଅଛନ୍ତି। ଡାକ୍ତର ପଦବୀ ଖାଲି ପଡିଥିବା ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷ ଅବଗତ ଅଛନ୍ତି। ଅଧିକ ଡାକ୍ତର ନିଯୁକ୍ତି ହେଲେ ଖାଲି ପଦବୀ ପୂରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ...

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି...

୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର

ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର...

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri