ଇମ୍ରାନଙ୍କୁ ଗିରଫ ଭୟ

ଇସଲାମାବାଦ୍‌,୧୭।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ଗିରଫ ଖଣ୍ଡା ଝୁଲୁଛି। ଲାହୋର ପୋଲିସ ତାଙ୍କୁ ଗିରଫ କରିବା ପାଇଁ ଇମ୍ରାନଙ୍କ ବାସଭବନରେ ପହଞ୍ଚିଛି। ଇମ୍ରାନଙ୍କ ସମର୍ଥକମାନେ ତାଙ୍କ ବାସଭବନକୁ ଘେରି ରହିଛନ୍ତି।
ଏହାପୂର୍ବରୁ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରଦର୍ଶନ ମାମଲାରେ କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ପାକିସ୍ତାନର ଏକ ଆତଙ୍କବାଦ ବିରୋଧୀ କୋର୍ଟ ସମ୍ପୃକ୍ତ ମାମଲାର ଶୁଣାଣିରେ ଯୋଗ ନ ଦେବାରୁ ଇମ୍ରାନଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ।
ବିଚାରପତି ରାଜା ଜାୱାଦ ଅବ୍ବାସ ଏହି ମାମଲାର ଶୁଣାଣି କରି କହିଛନ୍ତି, ଇମ୍ରାନ ଖାନଙ୍କୁ କୋର୍ଟରେ ହାଜର ହେବାକୁ ପର୍ଯ୍ୟାପ୍ତ ସମୟ ଦିଆଯାଇଥିଲା, କିନ୍ତୁ ସେ ହାସର ହୋଇ ନ ଥିଲେ। ତେବେ ଇମ୍ରାନ ଖାନଙ୍କ ଓକିଲ ବାବର ଆୟାନ କହିଛନ୍ତି, ଗତ ବର୍ଷ ଇମ୍ରାନଙ୍କ ଉପରେ ହୋଇଥିବା ଆକ୍ରମଣରୁ ସୁସ୍ଥ ହୋଇନାହାଁନ୍ତି ଏବଂ ତାଙ୍କୁ କୋର୍ଟରେ ହାଜର ହେବାର ଶେଷ ସୁଯୋଗ ଦିଆଯିବା ଉଚିତ। କିନ୍ତୁ କୋର୍ଟ ଏହି ଆବେଦନକୁ ଖାରଜ କରିଦେଇଛନ୍ତି।
ଗତ ଶୁଣାଣିରେ କୋର୍ଟ ଇମ୍ରାନ ଖାନଙ୍କ ଭର୍ଚୁଆଲ ଶୁଣାଣି ପାଇଁ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଥିଲେ। ଫେବୃଆରୀ ୧୫ରେ ଇମ୍ରାନଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟ କହିଥିଲେ। ତେବେ ଇମ୍ରାନ ଖାନ କୋର୍ଟରେ ହାଜର ହୋଇ ନ ଥିଲେ।
ସୂଚନାଯୋଗ୍ୟ, ଗତ ବର୍ଷ ନିର୍ବାଚନ ଆୟୋଗ ପ୍ରତିବନ୍ଧିତ ଅର୍ଥ ହେରଫେର ମାମଲାରେ ଇମ୍ରାନ ଖାନଙ୍କୁ ଅଯୋଗ୍ୟ ଘୋଷଣା କରିଥିଲେ। ଏହା ପରେ ତେହେରିକ-ଇ-ଇନସାଫ କାର୍ଯ୍ୟକର୍ତ୍ତାମାନେ ସାରା ଦେଶରେ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ମାମଲାରେ ଗତ ବର୍ଷ ଅକ୍ଟୋବରରେ ପୋଲିସ ଆତଙ୍କବାଦ ବିରୋଧୀ ଆଇନ ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ମାମଲାରେ ଇମ୍ରାନ ଖାନଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri