Posted inଖେଳ

ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ପଦରୁ ଇସ୍ତଫା ଦେଲେ ଚେତନ ଶର୍ମା

ନୂଆଦିଲ୍ଲୀ,୧୭।୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ ଚୟନକର୍ତ୍ତା ପଦରୁ ଚେତନ ଶର୍ମା ଶୁକ୍ରବାର ଇସ୍ତଫା ଦେଇଛନ୍ତି। ବିସିସିଆଇ ସମ୍ପାଦକ ଜୟ ଶାହାଙ୍କ ପାଖକୁ ଚେତନ ଶର୍ମା ଇସ୍ତଫା ପତ୍ର ପଠାଇଥିଲେ ଏବଂ ସେ ଏହାକୁ ଗ୍ରହଣ କରିଥିବା ସୂଚନା ମିଳିଛି। ଗତ ମାସରେ ଚେତନ ଶର୍ମାଙ୍କୁ ମୁଖ୍ୟ ଚୟନକର୍ତ୍ତା ଭାବରେ ପୁଣିଥରେ ନିଯୁକ୍ତ କରାଯାଇଥିଲା। ବିସିସିଆଇରେ ଏହା ଚେତନଙ୍କ ଦ୍ୱିତୀୟ କାର୍ଯ୍ୟକାଳ ଥିଲା। କିନ୍ତୁ ତାଙ୍କୁ ୪୦ ଦିନ ମଧ୍ୟରେ ଇସ୍ତଫା ଦେବାକୁ ପଡିଲା। ଏହାପୂର୍ବରୁ ଟି-୨୦ ବିଶ୍ୱକପ୍‌ ପରେ ଟିମ୍‌ ଇଣ୍ଡିଆର ଖରାପ ପ୍ରଦର୍ଶନ ଯୋଗୁ ତାଙ୍କୁ ଏହି ପଦରୁ ହଟାଇ ଦିଆଯାଇଥିଲା।

ନିକଟରେ ଏକ ନ୍ୟୁଜ ଚ୍ୟାନେଲ ଚେତନ ଶର୍ମାଙ୍କ ଉପରେ ଏକ ଷ୍ଟିଙ୍ଗ ଅପରେଶନ କରିଥିଲା। ଷ୍ଟିଙ୍ଗ ଅପରେଶନରେ ଖେଳାଳିଙ୍କ ଫିଟନେସ ସମ୍ବନ୍ଧରେ ଚେତନ ଅନେକ ବଡ଼ ରହସ୍ୟ ପ୍ରକାଶ କରିଥିଲେ। ଏପରିକି ବିସିସିଆଇର ପୂର୍ବତନ ସଭାପତି ଏବଂ ଅଧିନାୟକଙ୍କ ମଧ୍ୟରେ ଥିବା ସମ୍ପର୍କକୁ ନେଇ ସେ ପ୍ରତିକ୍ରିୟା ଦେଇଥିଲେ। ଯାହାକୁ ନେଇ ସେ ବିବାଦ ଭିତରକୁ ଆସିଥିଲେ। ରିପୋର୍ଟ ଅନୁଯାୟୀ, ବିସିସିଆଇ ମଧ୍ୟ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେଷ୍ଟା କରିଥିଲା। ଏହା ପରେ ତାଙ୍କୁ ଇସ୍ତଫା ଦେବାକୁ ପଡିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri