Posted inଖେଳ

ଅଷ୍ଟ୍ରେଲିଆ ବିପକ୍ଷରେ ଜାଡେଜାଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୭।୨: ଅଷ୍ଟ୍ରେଲିଆ ବିପକ୍ଷରେ ନୂଆଦିଲ୍ଲୀରେ ଖେଳାଯାଉଥିବା ସିରିଜର ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ବିଶ୍ୱ ରେକର୍ଡ କରିଛନ୍ତି ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା। ଉସମାନ ଖ୍ବାଜାଙ୍କ ଉଇକେଟ ନେବା ପରେ ସେ ଏହି ଉପଲବ୍ଧି ହାସଲ କରିଛନ୍ତି। କ୍ରିକେଟ ଇତିହାସରେ ସେ କିମ୍ବଦନ୍ତୀ କପିଲ ଦେବ ଏବଂ ଇମ୍ରାନ ଖାଁଙ୍କୁ ପଛରେ ପକାଇ ଟେଷ୍ଟ କ୍ରିକେଟରେ ୨୫୦ କିମ୍ବା ଅଧିକ ଉଇକେଟ ନେବା ସହି ୨୫୦୦ରୁ ଅଧିକ ରନ କରିବାରେ ଦ୍ରୁତତମ ଏସୀୟ କ୍ରିକେଟର ହୋଇଛନ୍ତି। ଜାଡେଜା ତାଙ୍କର ୬୨ ତମ ଟେଷ୍ଟ ଖେଳିବାବେଳେ ଏହି ସଫଳତା ହାସଲ କରିଛନ୍ତି।

ପୂର୍ବରୁ ଇଂଲଣ୍ଡର ପୂର୍ବତନ ଅଧିନାୟକ ଇୟାନ ବୋଥମ ନିଜ କ୍ୟାରିୟରର ୫୫ ତମ ଟେଷ୍ଟରେ ଏହି କୀର୍ତ୍ତିମାନ ହାସଲ କରିଥିଲେ। ହେଲେ ଇମ୍ରାନଙ୍କୁ ଏଥିଲାଗି ୬୪ ଟେଷ୍ଟ ଏବଂ କପିଲଙ୍କୁ ୬୫ ଟି ଟେଷ୍ଟ ଖେଳିବାକୁ ପଡିଥିଲା।

ଟେଷ୍ଟ କ୍ରିକେଟରେ ୨୫୦ ଉଇକେଟ ନେଇଥିବା ଭାରତୀୟ ଖେଳାଳି ତାଲିକାରେ ଜାଡେଜା ଅଷ୍ଟମ। ତାଙ୍କ ପୂର୍ବରୁ ଅନିଲ କୁମ୍ବଲେ, ରବିଚନ୍ଦ୍ରନ ଅଶ୍ୱିନ, କପିଲ ଦେବ, ହରଭଜନ ସିଂ, ଇଶାନ୍ତ ଶର୍ମା, ଜାହିର ଖାଁ, ବିଶନ ସିଂ ବେଦୀ ଏହି କାରନାମା କରିଥିଲେ। ୬୨ ତମ ଟେଷ୍ଟର ୧୧୭ ତମ ଇନିଂସରେ ବୋଲିଂ କରୁଥିବା ବେଳେ ଜାଡେଜା ହାରାହାରି ୨୪.୪୨ ସହ ୨୫୦ ଟେଷ୍ଟ ୱିକେଟ ହାସଲ କରିଛନ୍ତି।

ବୋଲିଂ ଭଳି ବ୍ୟାଟିଂରେ ମଧ୍ୟ ଜାଡେଜା ଚମକିଛନ୍ତି। ୬୨ ଟି ଟେଷ୍ଟର ୯୦ ଇନିଂସରେ  ଜାଡେଜା ହାରାହାରି ୩୭.୦୪ ୨୫୯୩ ରନ ସଂଗ୍ରହ କରିଛନ୍ତି। ଏଥି ମଧ୍ୟରେ  ୩ ଶତକ ଏବଂ ୧୮ ଅର୍ଦ୍ଧଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri