ରାତି ୩ରେ ଉଠିବ ମହାଦୀପ

ପୁରୀ ଅଫିସ, ୧୮ା୨: ମହାଶିବରାତ୍ରି ତଥା ଜାଗର ପାଇଁ ପୁରୀ ଜିଲାର ପ୍ରମୁଖ ଶୈବପୀଠଗୁଡ଼ିକ ଚଳଚଞ୍ଚଳ ହୋଇଉଠିଛି। ଶନିବାର ମହାଶିବରାତ୍ରି ତଥା ଜାଗରରେ ଶ୍ରଦ୍ଧାଳୁମାନେ ଉପବାସ କରିବା ସହ ରାତି ଉଜାଗର ରହି ଜାଗର ଦୀପ ଜାଳିବେ। ବିଶେଷକରି ପୁରୀ ସହରର ପଞ୍ଚମହାଦେବ ଅର୍ଥାତ ଶ୍ରୀଲୋକନାଥ, ଯମେଶ୍ୱର, ମାର୍କଣ୍ଡେଶ୍ୱର, କପାଳମୋଚନ, ନୀଳକଣ୍ଠେଶ୍ୱରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ। ଶ୍ରୀଲୋକନାଥଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏଥିପାଇଁ ପ୍ରଶାସନଠାରୁ ଆରମ୍ଭ କରି ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଦ୍ୱାରଫିଟାଠାରୁ ଆରମ୍ଭକରି ମହାଦୀପ ଉଠିବା ପର୍ଯ୍ୟନ୍ତ ସବୁ ନୀତି କିପରି ସୁଚାରୁ ରୂପେ ସମ୍ପନ୍ନ ହେବ ତାହା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଶ୍ରୀଲୋକନାଥ ମନ୍ଦିରକୁ ବିଭିନ୍ନ ଫୁଲ ଏବଂ ଆଲୋକ ମାଳାରେ ସୁସଜ୍ଜିତ କରାଯାଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା ହୋଇଛି। ସେହିପରି ଚଳିତ ବର୍ଷ ଟିକେଟ୍‌ ଦର୍ଶନର ବ୍ୟବସ୍ଥା କରାଯାଇଛି। ଶ୍ରୀଲୋକନାଥ ପୀଠରେ ଶୃଙ୍ଖଳିତ ଜାଗର ଯାତ୍ରା ପାଇଁ ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ନୀତି ନିର୍ଘଣ୍ଟ କରାଯାଇଛି। ଶୁକ୍ରବାର ରାତି ସାଢେ ୧୨ଟାରେ ଦ୍ୱାର ଫିଟିବ। ରାତି ୧ଟାରୁ ୪ଟା ମଧ୍ୟରେ ମଙ୍ଗଳ ଆଳତି, ଅବକାଶ ଓ ସୂର୍ଯ୍ୟପୂଜା ଇତ୍ୟାଦି ନୀତି ସରିବ। ଭୋର ୪ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇ ଶନିବାର ରାତି ୧୦ଟା ପର୍ଯ୍ୟନ୍ତ ଚାଲିବ। ରାତି ୧୦ରୁ ୨ଟା ମଧ୍ୟରେ ଅନ୍ୟାନ୍ୟ ନୀତି ହେବ। ରାତ୍ର ୨ରୁ ୩ଟା ମଧ୍ୟରେ ହରିହର ପୂଜା ଭୋଗ, ଚତୁର୍ଦ୍ଦଶୀ ଭୋଗ, ବଡ଼ସିଂହାର ବେଶ ସରି ଶନିବାର ରାତି ୩ଟାରେ ମହାଦୀପ ଉଠିବା ଲାଗି ସ୍ଥିର ହୋଇଛି। ଅପରପକ୍ଷେ ଶ୍ରୀଲୋକନାଥଙ୍କ ଚଳନ୍ତି ପ୍ରତିମା ଶ୍ରୀମନ୍ଦିରରୁ ବାହାରି ସହରର ବିଭିନ୍ନ ସ୍ଥାନରେ ପନ୍ତିଭୋଗ ସମ୍ପାଦନ କରି ଶନିବାର ରାତି ସାଢ଼େ ୧୧ଟାରେ ଶ୍ରୀଲୋକନାଥ ମନ୍ଦିରରେ ପହଞ୍ଚତ୍ବା ଲାଗି ସମୟ ନିର୍ଘଣ୍ଟ ସ୍ଥିର କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଲୁଟେରାଙ୍କ ଉପରେ ପୋଲିସ ସ୍ବତନ୍ତ୍ର ନଜର ରଖିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri