୩୦ ୱାର୍ଡ କାର୍ଯ୍ୟାଳୟ ନିର୍ମାଣ ପାଇଁ ମଞ୍ଜୁରୀ

ଭୁବନେଶ୍ୱର, ୧୮।୨ (ବ୍ୟୁରୋ): ବିଏମ୍‌ସିର ନୂଆ କାର୍ଯ୍ୟାଳୟ ଉଦ୍‌ଘାଟନ ହେବା ପରେ ଶୁକ୍ରବାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି। ମେୟରଙ୍କ ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ବିଏମ୍‌ସି କଣ୍ଟ୍ରାକ୍ଟସ୍‌ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହୋଇଥିଲା। ଆସନ୍ତା ୨୦ରେ ହେବାକୁ ଥିବା କର୍ପୋରେଶନ ବୈଠକରେ ବିଏମ୍‌ସିର ଚିଠା ବଜେଟ୍‌ ପାରିତ ହେବାର ସମ୍ଭାବନା ରହିଛି। ଏ ନେଇ ବଜେଟ୍‌ ସମ୍ପର୍କିତ କେତେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା କରାଯାଇଥିଲା। ଏଥିସହ ସହରରେ ପରିମଳ ସମ୍ପର୍କିତ କେତେକ ବିଷୟ ଆଲୋଚନା ହୋଇଥିଲା। ପଳାଶୁଣି ଅଞ୍ଚଳରେ ଗୋଟିଏ ମେଗା ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ଏବଂ ଗୋଟିଏ ମେଗା ମ୍ୟାଟେରିଆଲ ରିକଭରି ଫ୍ୟାସିଲିଟି (ଏମ୍‌ଆର୍‌ଏଫ୍‌) ସ୍ଥାପନ କରାଯିବ। ତେଣୁ ସହର ପରିମଳ କ୍ଷେତ୍ରରେ ଉନ୍ନତି ପାଇଁ ମନୋନୀତ ଦଳକୁ ଯଥାଶୀଘ୍ର କାର୍ଯ୍ୟକାରୀ ପତ୍ର ପ୍ରଦାନ କରିବାକୁ କମିଟି ନିର୍ଦ୍ଦେଶ ଦେଇଛି। ଅପରପକ୍ଷେ ପ୍ରଥମ ପର୍ଯ୍ୟାୟରେ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୩୦ଟି ୱାର୍ଡ କାର୍ଯ୍ୟାଳୟ ନିର୍ମାଣ ପାଇଁ ମଞ୍ଜୁରୀ ପ୍ରଦାନ କରାଯାଇଛି। ତେଣୁ ଯଥାଶୀଘ୍ର ୱାର୍ଡ କାର୍ଯ୍ୟାଳୟ ନିର୍ମାଣ ପାଇଁ ନିର୍ଦ୍ଧାରିତ ଅଞ୍ଚଳ ଚିହ୍ନଟ କରାଯିବା ପାଇଁ ଆଲୋଚନା କରାଯାଇଥିଲା। ଏଥିସହ ବିଏମ୍‌ସି ଇଞ୍ଜିନିୟରିଂ ବିଭାଗ ସହିତ ସମ୍ପୃକ୍ତ ଅଧିକାରୀ ଯଥାଶୀଘ୍ର କାର୍ଯ୍ୟ ଆରମ୍ଭ କରିବା ନେଇ ରିପୋର୍ଟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିପରି ଓ୍ବାର୍ଡ କାର୍ଯ୍ୟାଳୟଗୁଡିକ ଯେପରି କମ୍ୟୁନିଟି ସ୍ତରରେ ସେବା ସୁନିଶ୍ଚିତ କରିବ ସେ ନେଇ ଗୁରୁତ୍ୱାରୋପ କରାଯାଇଥିଲା। ବୈଠକରେ କମିଟି ସଦସ୍ୟ କର୍ପୋରେଟର କେ.ଶାନ୍ତି, ପୁଷ୍ପାଞ୍ଜଳୀ ସେଠୀ, ଡେପୁଟି ମେୟର ମଞ୍ଜୁଲତା କହଁର, କମିଶନର ବିଜୟ ଅମୃତା କୁଲାଙ୍ଗେ, ସାନିଟେଶନ ଷ୍ଟାଣ୍ଡିଂ କମିଟି ଚେୟାରମ୍ୟାନ ବିରଞ୍ଚତ୍ ନାରାୟଣ ମହାସୁପକାର, ଡେପୁଟି କମିଶନର ଶୁଭେନ୍ଦୁ ସାହୁ, ସିଟି ଇଞ୍ଜିନିୟର ଅରୁଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri