ପ୍ରେସ୍‌ମିଟ୍‌ ବର୍ଜନ କଲେ ଗଣମାଧ୍ୟମ ପ୍ରତିନିଧି

ଆନନ୍ଦପୁର,୧୮ା୨(ସ୍ବ.ପ୍ର.): ଆନନ୍ଦପୁର ଜଳସମ୍ପଦ ବିଭାଗ ଅଧୀନରେ ନିର୍ମାଣାଧୀନ ପ୍ରକଳ୍ପ ପରିଦର୍ଶନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ଏ ସମ୍ପର୍କରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଜିଲା ପ୍ରଶାସନ ସ୍ତରରେ ସୂଚନା ପ୍ରଦାନ କରାଯିବା ସହିତ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସାକ୍ଷାତକାର ନେବା ପାଇଁ ଶନିବାର ସକାଳେ ଆନନ୍ଦପୁର ବନ ବିଭାଗର ଶାଳପଡ଼ାସ୍ଥିତ ଡାକବଙ୍ଗଳାଠାରେ ଉପସ୍ଥିତ ରହିବାକୁ କୁହାଯାଇଥିଲା। ଏହିକ୍ରମରେ ଆନନ୍ଦପୁରର ବହୁ ଗଣମାଧ୍ୟମ ପ୍ରତିନିଧି ବନ ବିଭାଗର ଶାଳପଡ଼ାସ୍ଥିତ ଡାକବଙ୍ଗଳାଠାରେ ଉପସ୍ଥିତ ମଧ୍ୟ ରହିଥିଲେ।  କାର୍ଯ୍ୟସୂଚୀ ଅନୁଯାୟୀ ମୁଖ୍ୟ ଶାସନ ସଚିବ ଆନନ୍ଦପୁରରେ ପହଞ୍ଚିବା ପରେ ଡାକବଙ୍ଗଳାରେ ଜିଲାପାଳ, ଜଳସମ୍ପଦ ବିଭାଗ ଅଧିକାରୀ, ଆନନ୍ଦପୁର ଉପଜିଲାପାଳଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟ ଶାସନ ସଚିବ ଡାକବଙ୍ଗଳାରେ ପ୍ରବେଶ ପରେ ପ୍ରଶାସନିକ ସ୍ତରରେ ଏହାର ମୁଖ୍ୟ ଦ୍ୱାରକୁ ବନ୍ଦ କରାଯାଇ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ବାହାରେ ଅପେକ୍ଷା କରିବାକୁ କୁହାଯାଇଥିଲା। ସାକ୍ଷାତକାର ପାଇଁ ଡକାଯିବ ବୋଲି ମଧ୍ୟ କୁହାଯାଇଥିଲା। ଫଳରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଡାକବଙ୍ଗଳା ବାହାରେ ଖରାରେ ଦୀର୍ଘ ସମୟ ଧରି ଛିଡା ହେବାକୁ ପଡ଼ିଥିଲା। ନା ସେମାନଙ୍କ ବସିବା ପାଇଁ ଚଉକି ଖଣ୍ଡେ ଥିଲା ନା ମାଗିଲେ ବି ପାଣି ଟୋପାଏ ମିଳୁଥିଲା। ଏଭଳି ଘଟଣାକୁ ନେଇ ଦୀର୍ଘ ସମୟ ଧରି ବାହାରେ ଖରାରେ ଛିଡ଼ା ହୋଇଥିବା ୨୦ରୁ ଊର୍ଦ୍ଧ୍ୱ ଗଣମାଧ୍ୟମ ପ୍ରତିନିଧି ଅସନ୍ତୋଷ ପ୍ରକାଶ ସହିତ ଜିଲା ପ୍ରଶାସନ ଉପରେ କ୍ଷୋଭ ପ୍ରକାଶ ମଧ୍ୟ କରିଥିଲେ। ଶେଷରେ ଉପସ୍ଥିତ ବରିଷ୍ଠ ଗଣମାଧ୍ୟମ ପ୍ରତିନିଧିମାନଙ୍କ ନିଷ୍ପତ୍ତି କ୍ରମେ ସମୂହ ଡାକବଙ୍ଗଳା ପରିସରରୁ ପଳାଇଆସିଥିଲେ। ମୁଖ୍ୟ ଶାସନ ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମ ଅବସରରେ ଡାକବଙ୍ଗଳାଠାରେ କେନ୍ଦୁଝର ଜିଲାପାଳ ଖୋଦ୍‌ ଉପସ୍ଥିତ ରହିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରତି ଏଭଳି ବ୍ୟବହାର ଘଟଣାକୁ ବୁଦ୍ଧିଜୀବୀ ମହଲରେ ନାପସନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri