Posted inଜାତୀୟ

ହରିୟାଣାରେ ଉତ୍ତର ଭାରତର ପ୍ରଥମ ଆଣବିକ ଶକ୍ତି ଉତ୍ପାଦନ କେନ୍ଦ୍ର: ଜିତେନ୍ଦ୍ର ସିଂ…

ନୂଆଦିଲ୍ଲୀ,୧୯।୨ : ଦିଲ୍ଲୀଠାରୁ ୧୫୦ କିଲୋମିଟର ଦୂରରେ ହରିୟାଣାରେ ଉତ୍ତର ଭାରତର ପ୍ରଥମ ଆଣବିକ ଶକ୍ତି ଉତ୍ପାଦନ କେନ୍ଦ୍ର ସ୍ଥାପନ କରାଯିବ। କେନ୍ଦ୍ର ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି ଯେ ହରିୟାଣାର ଫତେହାବାଦ ଜିଲାର ଗୋରଖପୁର ଗ୍ରାମରେ ଉତ୍ତର ଭାରତର ପ୍ରଥମ ଆଣବିକ ଶକ୍ତି କେନ୍ଦ୍ର ସ୍ଥାପନ କରାଯିବ। ସେ ନୂଆଦିଲ୍ଲୀରେ ଏହା ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ କାଳରେ ଦେଶର ଅନ୍ୟାନ୍ୟ ସ୍ଥାନରେ ଆଣବିକ ଶକ୍ତି କେନ୍ଦ୍ର ସ୍ଥାପନ ଏକ ପ୍ରମୁଖ ସଫଳତା ହୋଇଛି। ପରମାଣୁ ଶକ୍ତି ବିଭାଗର ଏକ ବିବୃତ୍ତି ଅନୁଯାୟୀ, ଆଣବିକ ଶକ୍ତି ଉତ୍ପାଦନ ପୂର୍ବରୁ ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ କିମ୍ବା ମହାରାଷ୍ଟ୍ର ଭଳି ରାଜ୍ୟରେ ସୀମିତ ରହିଥିଲା।

ଗତ ଆଠ ବର୍ଷ ମଧ୍ୟରେ ମୋଦି ସରକାର ଅନେକ ବୈପ୍ଳବିକ ନିଷ୍ପତ୍ତି ନେଇଛନ୍ତି। ୧୦ ଟି ଆଣବିକ ରିଆକ୍ଟର ସ୍ଥାପନ ପାଇଁ ସରକାର ଅନୁମୋଦନ ଦେଇଛନ୍ତି।

ପରମାଣୁ ଶକ୍ତି ବିଭାଗକୁ ପବ୍ଲିକ ସେକ୍ଟର ଅଣ୍ଡରଟେକିଂ ସହିତ ମିଳିତ ଉଦ୍ୟୋଗ ଗଠନ ପାଇଁ ଅନୁମତି ଦିଆଯାଇଛି। ଯାହା ଏକ ଆଗାମୀ ଏବଂ ପ୍ରତିଜ୍ଞାକାରୀ କ୍ଷେତ୍ର ତଥା ଭବିଷ୍ୟତରେ ଭାରତର ଶକ୍ତି ଆବଶ୍ୟକତା ପୂରଣ କରିବାକୁ ସମର୍ଥ ହେବ।

ପରମାଣୁ ଶକ୍ତି ବିଭାଗ ଦ୍ୱାରା ଜାରି ଏକ ବିବୃତ୍ତି ଅନୁଯାୟୀ ଗୋରଖପୁରର ହରିୟାଣା ଅନୁ ବିଦ୍ୟୁତ ପ୍ରକଳ୍ପରେ ଦୁଇଟି ୭୦୦ ମେଗାୱାଟ ୟୁନିଟ ରହିବ। ବର୍ତ୍ତମାନ ସୁଦ୍ଧା ମୋଟ ୨୦,୫୯୪ କୋଟିରୁ ୪,୯୦୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଉତିମଧ୍ୟରେ ସାମଗ୍ରିକ ଆର୍ଥିକ ପ୍ରଗତି ୨୩.୮ ପ୍ରତିଶତ ରହିଛି ବୋଲି ବିବୃତ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri