ଆମେରିକାର ଯୁଦ୍ଧାଭ୍ୟାସକୁ ଭୟ କଲା ନାହିଁ ଉତ୍ତର କୋରିଆ, ପୁଣି ପରୀକ୍ଷା କଲା ବାଲେଷ୍ଟିକ ମିଶାଇଲ

ସିଓଲ,୨୦ ।୨: ଆମେରିକା-ଦକ୍ଷିଣ କୋରିଆ ମିଳିତ ଭାବେ ଆକାଶମାର୍ଗରେ ଯୁଦ୍ଧାଭ୍ୟାସ କରିବାର ଗୋଟିଏ ଦିନ ପରେ ଉତ୍ତର କୋରିଆ ପୁଣିଥରେ ସ୍ୱଳ୍ପ କ୍ଷମତା ସମ୍ପନ୍ନ ଦୁଇଟି ବାଲେଷ୍ଟିକ ମିଶାଇଲ ପରୀକ୍ଷା କରିଛି । ଗଣ ମାଧ୍ୟମ ରିପୋର୍ଟରେ ଏହି ସୂଚନା ଦିଆଯାଇଛି । ୪୮ ଘଣ୍ଟା ଭିତରେ ଉତ୍ତର କୋରିଆ ଦ୍ୱିତୀୟ ଥର ଲାଗି ଏହି ବାଲେଷ୍ଟିକ ମିଶାଇଲ ପରୀକ୍ଷା କରିଛି ।
ଦକ୍ଷିଣ କୋରିଆର ସେନା(ଜେସିଏସ) କହିଛି ଯେ ସେ ଉତ୍ତର କୋରିଆର ସୁଖୋନ ଅଞ୍ଚଳରୁ ସକାଳ ୭ଟାରୁ ୭ଟା ୧୧ ମଧ୍ୟରେ ଦୁଇଟି ବାଲେଷ୍ଟିକ ମିଶାଇଲ ପରୀକ୍ଷା ହେବା ସୂଚନା ପାଇଛି । ଜେସିଏସ ଏକ ବୟାନରେ କହିଛି, ଦେଶର ସୁରକ୍ଷାକୁ ମଜଭୁତ କରିବାକୁ ଦକ୍ଷିଣ କୋରିଆର ସେନା ଆମେରିକା ସହ ସହଯୋଗ ପାଇଁ ସମ୍ପୂର୍ଣ୍ଣ ରୁପେ ପ୍ରସ୍ତୁତ ।
ଦକ୍ଷିଣ କୋରିଆର ସେନା କହିଛି, ଆମେରିକା ଓ ଦକ୍ଷିଣ କୋରିଆ ଦ୍ୱାରା ରବିବାର ବୋମା ବର୍ଷଣ କରିବାର ମିଳିତ ସମରାଭ୍ୟାସର ଗୋଟିଏ ଦିନ ପରେ ଉତ୍ତର କୋରିଆ ଏହି ବାଲେଷ୍ଟିକ ମିଶାଇଲ ପରୀକ୍ଷା କରିଛି । ଜଏଣ୍ଟ ଚିଫ ଅଫ ଷ୍ଟାଫ(ଜେସିଏସ) ଅନୁଯାୟୀ, ଯୁଦ୍ଧାଭ୍ୟାସ ସମୟରେ ଦକ୍ଷିଣ କୋରିଆର ଏଫ-୩୫ଏ ଷ୍ଟିଲ୍‌ଥ ଯୁଦ୍ଧ ବିମାନ ଓ ଏଫ-୧୫କେ ଜେଟ ବିମାନ ଆମେରିକାର ଏଫ-୧୬ ଯୁଦ୍ଧ ବିମାନ ସହ ଉଡାଣ ଆରମ୍ଭ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri