ମୃତ୍ୟୁ ହାର ୧.୧୯ ପ୍ରତିଶତ…

ନୂଆଦିଲ୍ଲୀ, ୨୦।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଉପରେ ରହିଛି। ଏହା ୧୧୯ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୪୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ବଢ଼ି ୧୯ ଶହ ଉପରେ ରହିଛି। ଏହା ୧ ହଜାର ୯୧୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୮୯୯ ଥିଲା। ସେହିପରି ୨୪ ଘଣ୍ଟାରେ ୧୦୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୦୭ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୬୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୫ ହଜାର ୩୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୨ ହଜାର ୩୬୦ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା...

ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ

କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି ।...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri