ଗୀତାଞ୍ଜଳି ଶ୍ରୀ, ରମେଶ ପାଣିଗ୍ରାହୀ ପାଇବେ ‘କଳିଙ୍ଗ ସାହିତ୍ୟ ପୁରସ୍କାର’

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ବିଶିଷ୍ଟ ହିନ୍ଦୀ ଔପନ୍ୟାସିକା ଗୀତାଞ୍ଜଳି ଶ୍ରୀ ଓ ବିଶିଷ୍ଟ ଶିକ୍ଷାବିତ୍‌, ଲେଖକ, ସଂଳାପକାର, କଳା ବିଶ୍ଳେଷକ ତଥା ଥିଏଟର ନିଦ୍ଦେର୍ର୍ଶକ ଡ. ରମେଶ ପ୍ରସାଦ ପାଣିଗ୍ରାହୀଙ୍କୁ ୨୦୨୩ ବର୍ଷ ପାଇଁ ସମ୍ମାନଜନକ ‘କଳିଙ୍ଗ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ। ସେହିଭଳି ପେଙ୍ଗୁଇନ୍‌ ରାଣ୍ଡମ୍‌ ହାଉସ୍‌ ଓ ରାଜକମଳ ପ୍ରକାଶନକୁ ‘ପବ୍ଲିଶିଂ ହାଉସ୍‌ ଅଫ୍‌ ଦି ଇୟର’ ପୁରସ୍କାର ଦିଆଯିବ। କଳିଙ୍ଗ ସାହିତ୍ୟ ଉତ୍ସବର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶକ ରଶ୍ମିରଞ୍ଜନ ପରିଡ଼ା ଏନେଇ ସୋମବାର ସୂଚନା ଦେଇଛନ୍ତି।
୨୦୧୩ରୁ କଳିଙ୍ଗ ସାହିତ୍ୟ ଉତ୍ସବ ପକ୍ଷରୁ ୩ଟି ବର୍ଗରେ ଏହି ପୁରସ୍କାର ପ୍ରଦାନ କରାଯାଉଛି। ତେବେ ଚଳିତ ବର୍ଷଠାରୁ ‘କଳିଙ୍ଗ ଆନ୍ତର୍ଜାତିକ ସାହିତ୍ୟ ପୁରସ୍କାର’ ବିଜେତାଙ୍କୁ ୧ ଲକ୍ଷ ଟଙ୍କା ଏବଂ କଳିଙ୍ଗ ସାହିତ୍ୟ ପୁରସ୍କାର ବିଜେତାଙ୍କୁ ୫୦ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ। ଆସନ୍ତା ୨୪ ତାରିଖରେ ଆରମ୍ଭ ହେବାକୁ ଥିବା ନବମ କଳିଙ୍ଗ ସାହିତ୍ୟ ଉତ୍ସବର ଉଦ୍‌ଘାଟନୀ ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯିବ। ୨୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଭାଷା ବିବିଧତାକୁ ନେଇ ସାହିତ୍ୟର ଏକ ବର୍ଗମାଳା ଦେଖିବାକୁ ମିଳିବ। ଏଥିରେ ୧୦ଟି ଦେଶର ୨୫ରୁ ଅଧିକ ଭାଷା ଉପସ୍ଥାପନ ହେବ। ୫୦୦ରୁ ଅଧିକ ବକ୍ତା ଯୋଗଦେବେ। ପାଣିପାଗ ନ୍ୟାୟ ଭଳି ସାମ୍ପ୍ରତିକ ଆହ୍ବାନଠାରୁ ଆରମ୍ଭ କରି ମହିଳାଙ୍କ ସ୍ବର ଓ ପରିଚୟ ଆଧାରିତ ବିଷୟବସ୍ତୁ ଯଥା -ମହାନ୍‌ ମହିଳା ଲେଖିକା ଓ କଳାକାର, ଅପରାଧ ଉପନ୍ୟାସ, ସ୍ମରଣିକା, ଅନୁବାଦ, କବିତା, ଅର୍ଥନୀତି ବିଶ୍ୱ ସଙ୍କଟ, ଅତ୍ୟାଧୁନିକ ବିଜ୍ଞାନ, ଭାରତ ଓ ଦୁନିଆ, କଳା ଓ ଫଟୋଗ୍ରାଫି, ସ୍ବାସ୍ଥ୍ୟ ଏବଂ ଔଷଧ ଆଦି ଉପରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri