୩ ଦିନ ହେଲା ଓଟି ବନ୍ଦ

ବ୍ରହ୍ମପୁର ଅଫିସ,୨୧ା୨: ବ୍ରହ୍ମପୁର ବଡ ମେଡିକାଲରେ ପୁଣି ଅବ୍ୟବସ୍ତା ଦେଖାଦେଇଛି। ବିନା ନୋଟିସ୍‌ରେ ଅସ୍ଥିଶଲ୍ୟ ବିଭାଗ ଅସ୍ତ୍ରୋପଚାର (ଓଟି)ବନ୍ଦ କରାଯାଇଛି। ୩ ଦିନ ହେଲା ଏହି ବିଭାଗରେ ଓଟି ବନ୍ଦ ହେବା ଦ୍ୱାରା ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଆସୁଥିବା ରୋଗୀ ହଇରାଣ ହେଉଛନ୍ତି। ଅସ୍ତ୍ରୋପଚାର ପାଇଁ ରୋଗୀମାନେ ୨୪ଘଣ୍ଟା ଖାଲି ପେଟରେ ରହିଥାନ୍ତି। କିନ୍ତୁ ସେମାନେ ଖାଲିପେଟରେ ରହିବା ପରେ ଫେରାଇ ଦିଆଯାଉଥିବାରୁ ସେମାନେ ଅସୁବିଧା ଭୋଗୁଛନ୍ତି। ଶୁକ୍ରବାର ଜଣେ ରୋଗୀଙ୍କର ଅସ୍ତ୍ରୋପଚାର ଲାଗି ଦିନ ଧାର୍ଯ୍ୟ କରାଯାଇଥିଲା। କୌଣସି କାରଣରୁ ତାହା ହୋଇ ନ ପାରି ସୋମବାରକୁ ସ୍ଥିର କରାଗଲା। ରୋଗୀଙ୍କୁ ନେଇ ଡାକ୍ତର ଓଟିରେ ପହଞ୍ଚିବା ବେଳେ ଅସ୍ତ୍ରୋପଚାର ପାଇଁ ଆବଶ୍ୟକ ଜିନିଷ ଆସି ନ ଥିଲା, କିମ୍ବା ଏ ସମ୍ପର୍କରେ କାହାକୁ ନୋଟିସ୍‌ କରାଯାଇ ନ ଥିଲା। ଫଳରେ ଡାକ୍ତର ଓ ରୋଗୀ ଓଟିରୁ ଫେରି ଆସିଥିଲୋ। ପ୍ରକାଶ ଯେ, ରୋଗୀଙ୍କ ଅସ୍ତ୍ରୋପଚାର ପାଇଁ ଆବଶ୍ୟକ ସାମଗ୍ରୀ ଏଚ୍‌ଏଲ୍‌ଏଲ୍‌ ପ୍ରାଇଭେଟ୍‌ ଲିମିଟେଡ ଯୋଗାଣ କରୁଥିଲା। ଅସ୍ତ୍ରୋପଚାର ପାଇଁ ତାରିଖ ଧାର୍ଯ୍ୟ ହେବା ପରେ ଡାକ୍ତର (ଇଣ୍ଡେନ୍‌) କରି ଅଧୀକ୍ଷକଙ୍କ ଅଫିସକୁ ପଠାଇଥିଲେ। ସେଠାରୁ ସବୁ ସାମଗ୍ରୀ ଆସିଲେ ଅସ୍ତ୍ରୋପଚାର ହେଉଥିଲା। କିନ୍ତୁ ତାହା ଆସୁ ନ ଥିବାରୁ ଅସ୍ତ୍ରୋପଚାର ହୋଇପାରୁ ନାହିଁ।
ସମ୍ପର୍କରେ ଅଧୀକ୍ଷକ ପ୍ରଫେସର ଡା.ସନ୍ତୋଷ କୁମାର ମିଶ୍ରଙ୍କୁ ପଚାରିବାରୁ ଏଚ୍‌ଏଲ୍‌ଏଲ୍‌ ସମସ୍ତ ସାମଗ୍ରୀ ଯୋଗାଣ କରୁଥିଲା। କିନ୍ତୁ ବର୍ତ୍ତମାନ ଏକ ନୂଆ ସଂସ୍ଥା ଏହାର ଟେଣ୍ଡର ପାଇଛି। ଏଚ୍‌ଏଲ୍‌ଏଲ୍‌ ବିନା ନୋଟିସରେ ଏ ସବୁ ବନ୍ଦ କରିଦେଇଛି। ନୂଆ ସଂସ୍ଥାକୁ ଇଣ୍ଡେନ ହୋଇଥିବା ସାମଗ୍ରୀ ଯୋଗାଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଖୁବ୍‌ଶୀଘ୍ର ଅସ୍ତ୍ରୋପଚାର ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri