ସ୍ବଦେଶ ଫେରିଲେ ୫ ଲକ୍ଷରୁ ଊର୍ଦ୍ଧ୍ୱ ପକ୍ଷୀ

ବାଲୁଗଁା,୨୨ା୨(ଡି.ଏନ୍‌.ଏ.): କିଛିଦିନ ହେବ ଗ୍ରୀଷ୍ମର ମାତ୍ରା ବୃଦ୍ଧି ପାଇଥିବା ବେଳେ ଚିଲିକାରୁ ମଙ୍ଗଳବାର ସୁଦ୍ଧା ୫ ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀ ସ୍ବଦେଶ ଫେରିଯାଇଥିବା ବାଲୁଗଁା ବନ୍ୟପ୍ରାଣୀ ବିଭାଗୀୟ ଏସିଏଫ୍‌ ପ୍ରଶାନ୍ତ କୁମାର ପଣ୍ଡା କହିଛନ୍ତି। ତେବେ ଅଭୟ୍ୟାରଣ୍ୟ ନଳବଣ ଆକାଶରେ ରଙ୍ଗବେରଙ୍ଗର ବିଭିନ୍ନ ପ୍ରଜାତିର ପକ୍ଷୀ ଏକତ୍ରିତ ହୋଇ ଇଂଲିଶ ଅକ୍ଷର ୟୁ ଓ ଭି ସଦୃଶ ଦଳ ଦଳ ହୋଇ ସ୍ବଦେଶ ଫେରୁଥିବା ଦେଖିବାକୁ ମିଳିଛି।
ଅକ୍ଟୋବରରୁ ଶୀତ ଆଗମନରେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଥିଲା। ସୁଦୂର ବରଫାବୃତ୍ତ ଅଞ୍ଚଳରେ ଶୀତ ଋତୁରେ ଅତ୍ୟଧିକ ହିମ ପ୍ରବାହ ଯୋଗୁ ଏଥିରୁ ରକ୍ଷା ପାଇବା ସହ ଉପଯୁକ୍ତ ଖାଦ୍ୟ ଓ ନିରାପଦ ବାସସ୍ଥାନ ଅନ୍ବେଷଣରେ ରଙ୍ଗବେରଙ୍ଗର ବିଭିନ୍ନ ପ୍ରଜାତିର ପକ୍ଷୀ ହଜାର ହଜାର ମାଇଲ୍‌ ଅତିକ୍ରମ କରି ଚିଲିକାକୁ ଆସିଥିଲେ। ଗୁଳ୍ମଜାତୀୟ ଉଦ୍ଭିଦ ଓ ଛୋଟ ଛୋଟ ମାଛ, କଙ୍କଡ଼ା, ଜଳଚର କୀଟପତଙ୍ଗ ଆଦି ଏହି ପକ୍ଷୀଙ୍କ ମୁଖ୍ୟ ଆହାର ପାଲଟିଥିଲା। ନଳବଣକୁ ପକ୍ଷୀମାନେ ନିରାପଦ ବାସସ୍ଥାନ ଭାବେ ଗ୍ରହଣ କରିବା ସହ ଏଠାରେ ଚାରି ମାସ ରହିବା ମଧ୍ୟରେ ଅଣ୍ଡା ଦେଇ ବଂଶ ବିସ୍ତାର କରିଛନ୍ତି। ଫେବୃୟାରୀରେ ତାପମାତ୍ରା ବଢ଼ିବା ଯୋଗୁ ଏହି ପକ୍ଷୀ ଶାବକଙ୍କ ସହ ସ୍ବଦେଶ ଫେରିବା ଆରମ୍ଭ କରୁଥିବା ଦେଖିବାକୁ ମିଳୁଛି ା ପ୍ରକାଶ ଯେ, ଚଳିତ ବର୍ଷ ଚିଲିକାରେ ମୋଟ ୧୧ ଲକ୍ଷ ୩୧ ହଜାର ୯୨୯ଟି ପକ୍ଷୀଙ୍କ ସମାଗମ ହୋଇଥିଲା। ସେଥିମଧ୍ୟରୁ ନଳବଣରେ ୩ ଲକ୍ଷ ୪୨ ହଜାର ପକ୍ଷୀଙ୍କ ସମାଗମ ହୋଇଥିଲା ବୋଲି ଗତ ଜାନୁୟାରୀ ୪ରେ ବିଭାଗୀୟ ଗଣନାରୁ ଜଣାପଡ଼ିଥିଲା। ବିଗତ ବଷଗୁଡ଼ିକରେ ଚିଲିକାରେ ୧୮୩ରୁ ଊର୍ଦ୍ଧ୍ୱ ପ୍ରଜାତିର ବିଦେଶୀ ପକ୍ଷୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଚଳିତବର୍ଷ ପ୍ରଜାତି ସଂଖ୍ୟା ୧୮୪ରେ ସୀମିତ ଥିଲା। ସେମାନଙ୍କ ମଧ୍ୟରୁ ୟୁରାସିୟାନ୍‌ କୁଜଅନ୍‌, ପିଣ୍ଟେଲ୍‌, ଗଡ଼ଓ୍ବିଟ୍‌, ସୋଭଲର, ଗଡ୍‌ଓ୍ବାଲ୍‌ ଆଦି ପ୍ରଜାତି ସର୍ବାଧିକ ଥିଲେ। ତେବେ ଚିଲିକାର ଆକର୍ଷଣୀୟ ଫ୍ଲେମିଙ୍ଗୋ (ଏରା) ପକ୍ଷୀ ଚଳିତ ବର୍ଷ ୨୨ଟି ଆସିଥିବା ଗଣନାରୁ ଜଣାପଡ଼ିଥିଲା। ପରବର୍ତ୍ତୀ ସମୟରେ ଶୀତର ପ୍ରକୋପ ବୃଦ୍ଧି ହେତୁ ଏହି ପକ୍ଷୀ ୧୨ଶହରୁ ଊର୍ଦ୍ଧ୍ୱ ଚିଲିକାରେ ଦୃଷ୍ଟିଗୋଚର ହୋଇଥିଲା, ଯାହାକି ପର୍ଯ୍ୟଟକଙ୍କୁ ବେଶ୍‌ ବିମୋହିତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri