ଏପ୍ରିଲରେ କାର୍ଯ୍ୟକ୍ଷମ ହେବ ଛତ୍ରବଜାର ଅର୍ବାନ୍‌ ହାଟ

କଟକ ଅଫିସ,୨୨ା୨: ରାଣୀହାଟ ନିକଟରୁ ଗୋଶାଳା ପର୍ଯ୍ୟନ୍ତ ରାସ୍ତାର ସୌନ୍ଦର୍ଯ୍ୟକରଣ କରାଯିବ। ସେହିପରି ଛତ୍ରବଜାରସ୍ଥିତ ନିର୍ମାଣାଧୀନ ଅର୍ବାନ ହାଟ ନିକଟରେ ଏକ ମାଛ ମାର୍କେଟ ହେବ। ତାଳଦଣ୍ଡା କେନାଲରେ ବର୍ଜ୍ୟବସ୍ତୁ ପକାଉଥିବା ଲୋକଙ୍କୁ ସିସିଟିଭି କ୍ୟାମେରା ଜଗିବ। କଟକ ମହାନଗର ନିଗମ(ସିଏମ୍‌ସି) କମିଶନର ନିଖିଲ ପୱନ କଲ୍ୟାଣ ମଙ୍ଗଳବାର ଉକ୍ତ ସ୍ଥାନଗୁଡିକ ପରିଦର୍ଶନ କରି ଏଭଳି ନିଷ୍ପତ୍ତି ନେଇଛନ୍ତି। କମିଶନର ସହରରେ ଚାଲୁ ରହିଥିବା ଏକାଧିକ ପ୍ରକଳ୍ପ ବୁଲି ଅନୁଧ୍ୟାନ କରିବା ସହ ଠିକ୍‌ ସମୟରେ କାର୍ଯ୍ୟ ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଶେଷକରି ରାଣୀହାଟ ନିକଟସ୍ଥ ତାଳଦଣ୍ଡା କେନାଲରେ ବର୍ଜ୍ୟବସ୍ତୁ ନ ପକାଇବା ପାଇଁ ସେ ସ୍ଥାନୀୟ ବାସିନ୍ଦା ଓ ବ୍ୟବସାୟୀମାନଙ୍କୁ ପରାମର୍ଶ ଦେଇଛନ୍ତି। ସେହିପରି ଜନ ସଚେତନତା ସୃଷ୍ଟି କରିବା ପାଇଁ ସେ ସିଏମ୍‌ସି ଅଧିକାରୀଙ୍କୁ ଆଦେଶ ଦେବା ସହ ସେଠାରେ ସିସିଟିଭି କ୍ୟାମେରା ଲଗାଇବା, ବର୍ଜ୍ୟବସ୍ତୁ ପକାଇବା ପାଇଁ ଏକାଧିକ ଡଷ୍ଟବିନ ସ୍ଥାପନ କରିବା ନିମେନ୍ତ ନିର୍ଦ୍ଦେଶ ଦେଇଛନ୍ତି ା
ରାଣୀହାଟ ନିକଟରୁ ଗୋଶାଳା ପର୍ଯ୍ୟନ୍ତ ଯାଇଥିବା ରାସ୍ତାର ସୌନ୍ଦର୍ଯ୍ୟକରଣ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ସିଏମ୍‌ସି ଇଞ୍ଜିନିୟରିଂ ବିଭାଗକୁ କମିଶନର ପରାମର୍ଶ ଦେଇଥିଲେ। ଏହାପରେ ଛତ୍ରବଜାରଠାରେ ନିର୍ମାଣାଧୀନ ଅର୍ବାନ ହାଟ ପରିଦର୍ଶନ କରିଥିଲେ। ଏପ୍ରିଲ ପୂର୍ବରୁ ଏହି ପ୍ରକଳ୍ପ କାର୍ଯ୍ୟ ଶେଷ କରିବା ପାଇଁ ସେ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌ବ୍ୟତୀତ ସେଠାରେ ଏକ ମାଛ ମାର୍କେଟ ସ୍ଥାପନ ପାଇଁ ତୁରନ୍ତ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବାକୁ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏହାପରେ କଲ୍ୟାଣସ୍ଥିତ ମାତୃଭବନ ନିକଟରେ ଚାଲିଥିବା ଜାଇକା କାମ ତଦାରଖ କରି ବର୍ଷାଦିନ ପୂର୍ବରୁ ପମ୍ପିଂ ଷ୍ଟେଶନ କାର୍ଯ୍ୟକ୍ଷମ ଓ ଠିକ୍‌ ପରିଚାଳନା କରିବାକୁ ଦାୟିତ୍ୱରେ ଥିବା ଯନ୍ତ୍ରୀଙ୍କୁ କହିଥିଲେ। ଏଥିସହ ନୂଆବଜାରସ୍ଥିତ ଗାନ୍ଧିଛକ କେନାଲ ପାଖରେ ଥିବା ନୀଳକଣ୍ଠେଶ୍ୱର ପୋଖରୀର ପଙ୍କ ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ। ସେହିପରି ଓଏମ୍‌ପିସ୍ଥିତ ଓଏସ୍‌ଏପି ନିକଟରେ ହେବାକୁ ଥିବା ମାର୍କେଟ କମ୍ପ୍ଲେକ୍ସର ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ଲାଗି ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏତଦ୍‌ବ୍ୟତୀତ ନିର୍ମାଣାଧୀନ ଡିଏଭି ସ୍କୁଲ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ତାଗିଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri