୩ ବର୍ଷ ପରେ ବେଜିଂରେ ଭାରତ-ଚାଇନା ବୈଠକ

ବେଜିଂ,୨୨।୨: ସୀମାନ୍ତରେ ଚାଲିଥିବା ଉତ୍ତେଜନା ମଧ୍ୟରେ ବୁଧବାର ବେଜିଂରେ ଭାରତ ଏବଂ ଚାଇନା ମଧ୍ୟରେ ପରାମର୍ଶ ଏବଂ ସମନ୍ବୟ ପ୍ରଣାଳୀ (ଡବ୍ଲ୍ୟୁଏମ୍‌ସିସି)ର ୨୬ତମ ବୈଠକ ଅନୁଷ୍ଠିତ ହୋଇଛି। ଦୁଇ ଦେଶର ସୀମା ପ୍ରସଙ୍ଗରେ ଏହି ବୈଠକରେ ଆଲୋଚନା ହୋଇଥିଲା। ଖୁବ ଶୀଘ୍ର ୧୮ତମ ସିନିୟର କମାଣ୍ଡରଙ୍କ ଏକ ବୈଠକ ଡକାଯିବ ବୋଲି ଏଥିରେ ନିଷ୍ପତ୍ତି ନିଆଯାଇଛି।
ଜୁଲାଇ ୧୪, ୨୦୧୯ ପରେ ଏହା ହେଉଛି ପ୍ରଥମ ମୁହାଁମୁହିଁ ବୈଠକ। ବୈଦେଶିକ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏହି ବୈଠକରେ ଭାରତୀୟ ଦଳର ନେତୃତ୍ୱ ନେଇଥିବାବେଳେ ଚାଇନା ପକ୍ଷରୁ ସୀମା ଏବଂ ସାମୁଦ୍ରିକ ବ୍ୟାପାର ମହାନିର୍ଦ୍ଦେଶକ ନେଇଥିଲେ। ଏଥିରେ ଚାଇନା ବୈଦେଶିକ ମନ୍ତ୍ରଣାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ।
ଡବ୍ଲ୍ୟୁଏମ୍‌ସିସି ବୈଠକରେ ଉଭୟ ଦେଶ ଏଲଏସି ଉପରେ ସାମ୍ପ୍ରତିକ ପରିସ୍ଥିତି ଉପରେ ଆଲୋଚନା କରିଥିଲେ। ଭାରତ ଏବଂ ଚାଇନା ଏଲଏସି ବିବାଦୀୟ ଅଞ୍ଚଳରୁ ସୈନ୍ୟ ପ୍ରତ୍ୟାହାର ପ୍ରସ୍ତାବ ବିଷୟରେ ମଧ୍ୟ ଚର୍ଚ୍ଚା ହୋଇଥିଲା। ଏଲଏସିରେ ଶାନ୍ତି ଫେରାଇ ଆଣିବା ଏହି ବୈଠକର ଉଦ୍ଦେଶ୍ୟ ଥିଲା। ଭାରତ ଏବଂ ଚାଇନା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ସ୍ବାଭାବିକ ପରିସ୍ଥିତି ସୃଷ୍ଟି ପାଇଁ ଆଲୋଚନା ମଧ୍ୟ କରାଯାଇଥିଲା। ସୀମା ପ୍ରସଙ୍ଗରେ ଆଲୋଚନା ପାଇଁ ୨୦୧୨ରେ ଡବ୍ଲ୍ୟୁଏମ୍‌ସିସି ପ୍ରତିଷ୍ଠା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri