ସୋନପୁର ପ୍ରିମିୟର ଫୁଟବଲ ଲିଗ: ଯତୀନ୍‌ ଫାଇଟର ଚାମ୍ପିୟନ

ସୋନପୁର,୨୮ା୭(ନି.ପ୍ର.):ଯତୀନ୍‌ ଫାଇଟର ସୋନପୁର ପ୍ରିମିୟର ଫୁଟବଲ ଲିଗ୍‌ ଚାମ୍ପିୟନ ହୋଇଛି। ସୋନପୁର ବୁଢି ସମଲେଇ ଫୁଟବଲ କ୍ଲବ ପକ୍ଷରୁ ସ୍ଥାନୀୟ କଲେଜ ପଡିଆରେ ଚାଲିଥିବା ଲିଗ୍‌ର ରବିବାର ଥିଲା ବହୁ ପ୍ରତିକ୍ଷିତ ଫାଇନାଲ ମ୍ୟାଚ୍‌। ଯତୀନ୍‌ ଫାଇଟର ଓ ସୁରେଶ୍ୱରୀ ୱାରିୟର୍ସ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ ଯତୀନ୍‌ ଫାଇଟର ଉନ୍ନତ ଖେଳ ପ୍ରଦର୍ଶନ କରି ୪-୦ ଗୋଲରେ ବିଜୟୀ ହେଇଛି। ଷ୍ଟାର ଖେଳାଳି ସୁରେଶ ମୁଖି ୨ଟି, ବିକ୍ରମ ନାଏକ ଓ ନୀରଜ ଲୁଗୁନୁ ଗୋଟିଏ ଲେଖାଏଁ ଗୋଲ ଦେଇଥିଲେ। ସୁଦାମ ଜଗଦଲା, ପ୍ରମୋଦ କୁମାର ପୁଟେଲ ଓ ସଞ୍ଜୟ ସାହୁ ଖେଳ ପରିଚାଳନା କରିଥିଲେ। ମନୋରଞ୍ଜନ ତ୍ରିପାଠୀ ଧାରାବିବରଣୀ ପ୍ରଦାନ କରିଥିଲେ। ଯତୀନ୍‌ ଫାଇଟରର ସୁରେଶ ମୁଖି ମ୍ୟାନ ଅଫ ଦି ମ୍ୟାଚ୍‌, ଶେଷଦେବ ବଗର୍ତ୍ତି ମ୍ୟାନ ଅଫ ଦି ସିରିଜ୍‌ ଓ ସୁରେଶ୍ୱରୀ ୱାରିୟର୍ସର ଅନୀଲ ପଟ୍ଟନାୟକଙ୍କୁ ଶ୍ରେଷ୍ଠ କ୍ଷେତ୍ରରକ୍ଷକ ଖେଳାଳିଭାବେ ପୁରସ୍କୃତ କରାଯାଇଥିଲା। ସୁବର୍ଣ୍ଣପୁର ଏସ୍‌ପି ଦେବୀପ୍ରସାଦ ଦାଶ ମୁଖ୍ୟ ଅତିଥିଭାବେ ଯୋଗଦେଇ ଚାମ୍ପିୟନ ଓ ରନର୍ସ ଅପ ଦଳକୁ ଟ୍ରଫି ଏବଂ ଅର୍ଥ ରାଶି ପ୍ରଦାନ କରିଥିଲେ। ବରିଷ୍ଠ କ୍ରୀଡାବିତ୍‌ ରାଜେନ୍ଦ୍ର ସାହୁ, ଫୁଟବଲ ଖେଳାଳି ଆଦିତ୍ୟ କିଶୋର ଦାନୀ, ସୁବର୍ଣ୍ଣପୁର ଜିଲା କନଷ୍ଟେବଳ- ହାବିଲଦାର ସଂଘ ସଭାପତି କୁମୁଦ ରଞ୍ଜନ ମେହେର, ସମ୍ପାଦକ ଦୀନେଶ ମିଶ୍ର, ପ୍ରାକ୍ତନ ସଭାପତି ସନତ ହୋତା ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri