ଆଫଗାନିସ୍ତାନରେ ଅନୁଭୁତ ହେଲା ୬.୭ ତୀବ୍ରତାର ଭୂକମ୍ପ, ୧୮ ମିନିଟରେ ଦୁଇଥର କମ୍ପିଲା

କାବୁଲ,୨୩ ।୨: ଆଫଗାନିସ୍ତାନରେ ଗୁରୁବାର ଏକ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୭ ମପାଯାଇଛି । ଭୂକମ୍ପ ଆଫଗାନିସ୍ତାନର ଫାୟଜାବାଦରେ ସକାଳ ୬ଟା ୭ ମିନିଟରେ ଅନୁଭୁତ ହୋଇଛି । ଏହାର କେନ୍ଦ୍ର ଭୂପୃଷ୍ଠରୁ ୧୧୩ ମିଟର ଗଭିରତାରେ ରହିଥିବା ପ୍ରକାଶ ।ତେବେ ୧୮ ମିନିଟ ମଧ୍ୟରେ ଆଫଗାନିସ୍ତାନରେ ୨ଟି ଭୂକମ୍ପ ଅୁଭୁତ ହୋଇଥିବା କୁହାଯାଇଛି । ଅନ୍ୟପଟେ ଗୁରୁବାର ତାଜିକିସ୍ତାନର ମୁର୍ଗୋବରୁ ୬୭ କିଲୋମିଟର ପଶ୍ଚିମରେ ୬.୮ ତୀବ୍ରତାର ଏକ ଭୂକମ୍ପ ଅନୁଭୁତ ହୋଇଥିବା ସୂଚନା ମିଳିଛି ।
ସୂଚନାଯୋଗ୍ୟ, ୬ ଫେବୃୟାରରେ ତୁର୍କୀ ଓ ସିରିଆରେ ଆସିଥିବା ବିନାଶକାରୀ ଭୂକମ୍ପ ପରେ ସାରା ବିଶ୍ୱ ଭୂକମ୍ପକୁ ନେଇ ଭୟଭୀତ ହୋଇଯାଇଛି । ତୁର୍କୀରେ ଅନୁଭୁତ ହୋଇଥିବା ୭.୮ ତୀବ୍ରତା ଭୂକମ୍ପରେ ଅଧିକାଂଶ ଅଞ୍ଚଳ ଧ୍ୱଂସ ସ୍ତୁପରେ ପରିଣତ ହୋଇଛି । ଏହି ଭୂକମ୍ପରେ ୪୧ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri