Posted inଖେଳ

ଟପ୍‌ ୧୦ରେ ରବୀନ୍ଦ୍ର ଜାଡେଜା

ଦୁବାଇ, ୨୩ା୨(ପି.ଟି.): ଆଇସିସି ପୁରୁଷ ଟେଷ୍ଟ ପ୍ଲେୟର ର଼୍ୟାଙ୍କିଙ୍ଗ ତାଲିକା ଏଠାରେ ବୁଧବାର ପ୍ରକାଶ ପାଇଛି। ଏଥିରେ ଭାରତର ରବିଚନ୍ଦ୍ରନ ଅଶ୍ୱିନ ଗୋଟିଏ ସ୍ଥାନ ଉପରକୁ ଉଠି ଦ୍ୱିତୀୟ ସ୍ଥାନ ଅଧିକାର କରିନେଇଛନ୍ତି। ରବୀନ୍ଦ୍ର ଜାଡେଜା ୭ ସ୍ଥାନ ଡେଇଁ ଟପ୍‌ ୧୦ ବୋଲର ମଧ୍ୟରେ ସ୍ଥାନ ପାଇଛନ୍ତି। ନୂଆଦିଲ୍ଲୀରେ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ୧୦ ଉଇକେଟ ସଫଳତା ପାଇଁ ଜାଡେଜା ୯ମ ସ୍ଥାନରେ ପହଞ୍ଚତ୍ଛନ୍ତି। ୨୦୧୯ ସେପ୍ଟେମ୍ବର ପରେ ସେ ପ୍ରଥମ ଥର ଟପ୍‌-୧୦ ବୋଲରଙ୍କ ସ୍ଥାନରେ ସ୍ଥାନ ପାଇଛନ୍ତି। ଆଘାତପ୍ରାପ୍ତ ପେସ୍‌ ବୋଲର ଯଶପ୍ରୀତ୍‌ ବୁମ୍‌ରା ଅନ୍ୟ ଭାରତୀୟ ବୋଲର ଭାବେ ଟପ୍‌ ୧୦ରେ ୫ମ ସ୍ଥାନରେ ଅଛନ୍ତି। ଭେଟେରାନ ଇଂଲଣ୍ଡ ସିମ୍‌ ବୋଲର ଜେମ୍ସ ଆଣ୍ଡରସନ ତାଲିକାର ଶୀର୍ଷରେ ରହିଛନ୍ତି। କିନ୍ତୁ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କୁମିନ୍ସ ଦୁଇ ସ୍ଥାନ ତଳକୁ ଖସି ତୃତୀୟ ସ୍ଥାନରେ ଅଛନ୍ତି। ଅକ୍ଷର ପଟେଲ ଟପ୍‌ ୫ ଅଲରାଉଣ୍ଡର ତାଲିକାରେ ସ୍ଥାନ ପାଇଛନ୍ତି। ଏହି ତାଲିକାରେ ଶୀର୍ଷରେ ଜାଡେଜା ଓ ଅଶ୍ୱିନ ରହିଛନ୍ତି। ଟେଷ୍ଟ ବ୍ୟାଟର ତାଲିକାରେ ଅଷ୍ଟ୍ରେଲିଆର ମାର୍ନସ ଲାବୁସେନ୍‌ ତାଙ୍କ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ତାଙ୍କ ପଛକୁ ପଛ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ଯଥାକ୍ରମେ ଷ୍ଟିଭ୍‌ ସ୍ମିଥ୍‌ ଓ ପାକିସ୍ତାନ ଅଧିନାୟକ ବାବର ଆଜାମ ରହିଛନ୍ତି। କାର ଦୁର୍ଘଟଣାରେ ଅନିର୍ଦ୍ଦିଷ୍ଟକାଳ ପାଇଁ ଖେଳରୁ ଦୂରେଇ ଯାଇଥିବା ଭାରତର ରିଷଭ ପନ୍ତ ତାଙ୍କ ୬ଷ୍ଠ ସ୍ଥାନ ବଜାୟ ରଖିଥିବା ବେଳେ ଅଧିନାୟକ ରୋହିତ ଶର୍ମା ପୂର୍ବ ଭଳି ୭ମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri