Posted inଜାତୀୟ

କଂଗ୍ରେସରୁ ଇସ୍ତଫା ଦେଲେ ଦେଶର ପ୍ରଥମ ରାଜ୍ୟପାଳଙ୍କ ଅଣନାତି

ନୂଆଦିଲ୍ଲୀ,୨୩।୨: ଦେଶର ପ୍ରଥମ ରାଜ୍ୟପାଳ ଜେନେରାଲ ସି ରାଜାଗୋପାଲାଚାରିଙ୍କ ଅଣନାତି ତଥା କଂଗ୍ରେସ ନେତା ସିଆର କେଶବନ ଗୁରୁବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କେଶବନ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇଛନ୍ତି। ତାଙ୍କ ଇସ୍ତଫା ପତ୍ରରେ କେଶବନ ଲେଖିଛନ୍ତି, ସେ ଗତ ଦୁଇ ଦଶନ୍ଧି ଧରି ଦଳ ପାଇଁ କାର୍ଯ୍ୟ କରିଆସୁଥିଲେ କିନ୍ତୁ ବର୍ତ୍ତମାନ ଦଳର ମୂଲ୍ୟବୋଧରେ କମି ଆସିଛି। ତାଙ୍କୁ ଦଳ ପାଇଁ କାମ କରିବାକୁ ପ୍ରେରିତ କରିଛି। ପାର୍ଟିକୁ ବର୍ତ୍ତମାନ ଯେଉଁଭଳି ଦେଖାଯାଉଛି ସେଥିରେ ସେ ଅସହଜ ମନେ କରୁଛି। ଏହି କାରଣରୁ ସେ ନିକଟରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦଳ ପାଇଁ କାର୍ଯ୍ୟକ୍ରମର ଦାୟିତ୍ୱ ଗ୍ରହଣ କରିନାହାଁନ୍ତି କିମ୍ବା ଭାରତ ଯୋଡୋ ଯାତ୍ରାରେ ଭାଗ ନେଇ ନ ଥିଲେ।
କେଶବନ ଆହୁରି ମଧ୍ୟ ଲେଖିଛନ୍ତି, ବର୍ତ୍ତମାନ ତାଙ୍କ ପାଇଁ ଏକ ନୂତନ ପଥରେ ଆଗକୁ ବଢିବାର ସମୟ ଆସିଛି। ତେଣୁ ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଉଛନ୍ତି। ତାମିଲନାଡୁ କଂଗ୍ରେସ କମିଟି ଚାରିଟେବୁଲ ଟ୍ରଷ୍ଟର ଟ୍ରଷ୍ଟିଙ୍କ ନିକଟକୁ କେଶବନ ମଧ୍ୟ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। କେଶବନ ବର୍ତ୍ତମାନ ଅନ୍ୟ କୌଣସି ଦଳରେ ଯୋଗଦେବାକୁ ମନା କରି ଦେଇଛନ୍ତି। ଆଗାମୀ ସମୟରେ କ’ଣ ଘଟିବ ରହିଛି ସେ ନିଜେ ଜାଣନ୍ତି ନାହିଁ।
କେଶବନ ୨୦୦୧ରେ କଂଗ୍ରେସରେ ଯୋଗ ଦେଇଥିଲେ। ଏହି ସମୟରେ ସେ ରାଜୀବ ଗାନ୍ଧୀ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ୟୁଥ ଡେଭଲପମେଣ୍ଟର ଉପାଧ୍ୟକ୍ଷ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। କେଶବନ ସୋନିଆ ଗାନ୍ଧୀଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଜେଜେବାପା ସି ରାଜାଗୋପାଲାଚାରିଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri