ସରକାରୀ ଜମିରେ ବେଆଇନ ଇଟାଭାଟି

ସଇଁତଳା, ୨୩ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ତହସିଲ ଅଞ୍ଚଳରେ ସରକାରୀ ଜମିରେ ବେଆଇନ ଇଟାଭାଟିମାନ ଗଢି ଉଠିଛି। ସଇଁତଳା ବ୍ଲକର ଟିକ୍ରାପଡ଼ା, ଝିଙ୍କିଡୁଙ୍ଗୁରୀ, କରମତଲା, ଧରପଗଡ଼, କୁମ୍ଭାରୀ, ଡ଼େଙ୍ଗ, ଭଦ୍ରା, ଡୁଙ୍ଗୁରୀପାଲି ଓ ଆମ୍ବପାଲି ପଞ୍ଚାୟତ ଦେଇ ପ୍ରବାହିତ ହୋଇଛି ଲାନ୍ଥନଦୀ । ଏହି ନଦୀକୂଳରେ ଥିବା ଧରପଗଡ଼ ପଞ୍ଚାୟତର ପେଣ୍ଡରାମାଲ, କରମତଲା ପଞ୍ଚାୟତର ଛନଛଡ଼ା, ଭଦ୍ରାର ମହଗାଁ, ଡ଼େଙ୍ଗ ପଞ୍ଚାୟତର ଡ଼େଙ୍ଗ, ଡୁଙ୍ଗୁରିପାଲିର ଡ଼ଙ୍ଗରମୁଣ୍ଡା ଆଦି ଅଞ୍ଚଳରେ ବେଧଡକଭାବେ ଇଟାଭାଟିମାନ ଗଢି ଉଠିଛି। ରାଜସ୍ବ ବିଭାଗର କେତେକ କର୍ମଚାରୀଙ୍କୁ ହାତକରି ଇଟାଭାଟି କରାଯାଇଥିବା ଅଭିଯୋଗ ହେଉଛି। ଏପରିକି ଧରପଗଡ଼ ପଞ୍ଚାୟତର ଗୋଏଲଭାଡ଼ି ଓ ମାକ୍ରି ଗ୍ରାମ ନିକଟ ସଂରକ୍ଷିତ ଜଙ୍ଗଲରେ ଇଟାଭାଟି ନିର୍ମାଣ ହୋଇଛି। ସଂରକ୍ଷିତ ଜଙ୍ଗଲରୁ ଗଛକାଟି ଇଟା ପୋଡା ଯାଉଛି। ଇଟାଭାଟି ପୋଡ଼ାଯାଉଥିବା ଯୋଗୁଁ ଅଞ୍ଚଳରେ ସ୍ବାଭାବିକଠାରୁ ଅଧିକ ତାପମାତ୍ରା ଦେଖାଦେଲାଣି। ଇଟା ପୋଡ଼ିବା ପାଇଁ ଜଙ୍ଗଲରୁ ଗଛ କଟାଯାଉଥିବାରୁ ଜଙ୍ଗଲ ବି ପଦା ହେଉଛି। ଏ ସମ୍ପର୍କରେ ତହସିଲଦାର ମନ୍ସଫିଲ କେରକେଟାଙ୍କୁ ପଚାରିବାରୁ ମାସେରୁ ଉଦ୍ଦର୍‌ବହେଲା ରାଜସ୍ବ ନିରୀକ୍ଷକମାନଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ ଚିଠି କରାଯାଇଛି। ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri