ଜଙ୍ଗଲରୁ ମିଳିଲା ମହିଳା, ପୁରୁଷଙ୍କ ଗଳିତ ମୃତଦେହ

ଖୁଣ୍ଟୁଣୀ,୨୩।୨(ଡି.ଏନ୍‌.ଏ): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ଜଣେ ମହିଳା ଏବଂ ପୁରୁଷଙ୍କ ଗଳିତ ମୃତଦେହ ପୋଲିସ ଉଦ୍ଧାର କରିଛି। ହେଲେ ଉଭୟଙ୍କ ପରିଚୟ ଜଣାପଡ଼ିନାହିଁ। ତେବେ କେଉଁ ପରିସ୍ଥିତିରେ ଉଭୟଙ୍କ ମୃତ୍ୟୁ ଘଟିଛି ସେନେଇ ପୋଲିସ ତଦନ୍ତ ଚଳାଇଛି। ୨ରୁ ୩ ଦିନ ତଳେ ଉଭୟଙ୍କ ମୃତ୍ୟୁ ଘଟିଥିବା ପୋଲିସ ଅନୁମାନ କରୁଛି।

ଅନ୍ୟପକ୍ଷେ ଖବର ପାଇ ଖୁଣ୍ଟୁଣୀ ବନାଞ୍ଚଳ ଅଧିକାରୀ ନୀଳମାଧବ ସାହୁ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ପୋଲିସକୁ ଖବର ଦେଇଥିଲେ। ଏପରି କି ସମ୍ପୃକ୍ତ ଅଞ୍ଚଳ ଖୁଣ୍ଟୁଣୀ କି ଗୁରୁଡ଼ିଝାଟିଆ ଥାନା ଅଧୀନର, ସେନେଇ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ପରେ ସମ୍ପୃକ୍ତ ଅଞ୍ଚଳ ଗୁରୁଡ଼ିଝାଟିଆ ଥାନାର ବୋଲି ଚିହ୍ନଟ ହୋଇଥିଲା। ଆଇଆଇସି ରଞ୍ଜନ କୁମାର ପ୍ରଧାନ ସାଇଣ୍ଟିଫିକ୍‌ ଟିମ୍‌ ଡକାଇ ତଦନ୍ତ କରିଥିଲେ। ସେମାନଙ୍କ ପରିଚୟ ଜାଣିବା ନେଇ ପୋଲିସ ତଦନ୍ତ ଚଳାଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ଆଇଆଇସି ପ୍ରଧାନ କହିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏପରିକି ପୋଲିସ ଘଟଣାସ୍ଥଳରୁ ୨ଟି ବୋତଲ ଜବତ କରିଥିବା ଜଣାପଡଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri