୧୩ରେ ରାଜଭବନ ଘେରିବ କଂଗ୍ରେସ

ଢେଙ୍କାନାଳ ଅଫିସ,୨୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଜପା ସରକାର ନିର୍ଦ୍ଦିଷ୍ଟ ଅଳ୍ପ କିଛି ପୁଞ୍ଜିପତିଙ୍କୁ ଭାରତର ସମସ୍ତ ଜାତୀୟ ସମ୍ପତ୍ତି ଟେକି ଦେଇଛନ୍ତି ବୋଲି ଗୁରୁବାର ଢେଙ୍କାନାଳଠାରେ ଜିଲା କଂଗ୍ରେସ ପକ୍ଷରୁ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଦଳର ପର୍ଯ୍ୟବେକ୍ଷକ ତଥା ଏଆଇସିସି ସଦସ୍ୟ ବିଭୂତି ମିଶ୍ର ଅଭିଯୋଗ କରିଛନ୍ତି। ମୋଦି ନିଜ ବ୍ୟକ୍ତିଗତ ସମ୍ପର୍କ ଯୋଗୁ ଆଦାନୀ ଓ ଅମ୍ବାନୀଙ୍କୁ ବହୁ ଭାବରେ ଲାଭ ପହଞ୍ଚାଇଛନ୍ତି, ଯାହା ଗତ ଜାନୁୟାରୀ ୨୪ରେ ହିଣ୍ଡେନବର୍ଗ ରିପୋର୍ଟରେ ପ୍ରକାଶ ପାଇଛି। ମୋଦି-ଆଦାନୀ ମେଣ୍ଟ ଦେଶର ଅର୍ଥନୀତିକୁ ଦୁର୍ବଳ କରୁଛି। ଏଭଳି ଷଡ଼ଯନ୍ତ୍ରର ମୁଖ୍ୟ ନାୟକ ପ୍ରଧାନମନ୍ତ୍ରୀ ବୋଲି କଂଗ୍ରେସ ନେତା କହିଥିଲେ। ଇଡି, ସିବିଆଇ, ସେବି, ଇନ୍‌କମ ଟ୍ୟାକ୍ସ କାହିଁକି ଏହି ଘଟଣାର ତଦନ୍ତ କରୁନାହିଁ ବୋଲି କଂଗ୍ରେସ ପ୍ରଶ୍ନ ଉଠାଇଛି। ଏପରି କି ବିଶ୍ୱ ପୁଞ୍ଜି ବଜାରରେ ଭାରତ ପ୍ରତି ଏକ ନକାରାତ୍ମକ ଭାବନା ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ଆସନ୍ତା ୧୩ ତାରିଖରେ ଏକ ବିଶାଳ ଶୋଭାଯାତ୍ରା ଭୁବନେଶ୍ୱରରୁ ବାହାରି ରାଜଭବନ ଘେରାଉ କରାଯିବ ବୋଲି ଖବରଦାତା ସମ୍ମିଳନୀରେ ଦଳ ପକ୍ଷରୁ କୁହାଯାଇଛି। ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲା ସଭାପତି ସରୋଜ ପଟନାୟକ ସଭାପତିତ୍ୱ କରିଥିବା ବେଳ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ, ମୁଖପାତ୍ର ପ୍ରେମଶଙ୍କର ମିଶ୍ର, ବରିଷ୍ଠ ନେତା ସୁରେଶ ଚନ୍ଦ୍ର ପାଣିଗ୍ରାହୀଙ୍କ ସମେତ ଦଳର ବିଭିନ୍ନ ସଂଗଠନର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri