Posted inଜାତୀୟ

ନାଗାଲାଣ୍ଡ ନିର୍ବାଚନ: ୬୦ ସଦସ୍ୟ ବିଶିଷ୍ଟ ବିଧାନସଭା ଆସନ ଲାଗି ୫୯ ଆସନରେ ୨୭ ଫେବୃୟାରୀରେ ହେବ ଭୋଟ

ଦିମାପୁର,୨୪ ।୨: ନାଗାଲାଣ୍ଡ ରାଜ୍ୟ ଗଠନ ହେବାର ୬ ଦଶକ ପରେ ବି ତା’ର ପ୍ରଥମ ମହିଳା ବିଧାୟକଙ୍କ ଅପେକ୍ଷାରେ ରହିଛି । ନେଫାରୁ ୧୯୬୩ରେ ଅଲଗା ହୋଇ ନାଗାଲାଣ୍ଡ ରାଜ୍ୟ ହୋଇଥିଲା । ଏଥର ଏଠାରେ ବିଧାନସଭା ନିର୍ବାଚନରେ ଭାଜପା, ଏନଡିପିପି ଓ କଂଗ୍ରେସରେ ମୋଟ ୪ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି ।
ପୂର୍ବରୁ ଏମିତି ସମୟ ଥିଲା ଯେତେବେଳେ କୌଣସି ମହିଳାଙ୍କୁ ଏଠି ଟିକେଟ ଦିଆଯାଉ ନ ଥିଲା । ଏହାର କାରଣ ହେଉଛି ନାଗା ପରମ୍ପରା ଅନୁଯାୟୀ ସାମାଜିକ ନିଷ୍ପତ୍ତି ନେବାର ଅଧିକାର କେବଳ ପୁରୁଷଙ୍କର ରହିଛି । ଏବେ ରାଜ୍ୟର ଦୁଇ ମହିଳା ଏମପି ହୋଇସାରିଛନ୍ତି । ପ୍ରଥମଥର ୧୯୭୭ରେ ରାନୋ ଏମ ଶାଜା ଏମପି ହୋଇଥିଲେ । ଏହାପରେ ୨୦୨୨ରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଏସ ଫାନୋନ କୋନ୍ୟାକ ରାଜ୍ୟ ସଭା ସଦସ୍ୟ ହୋଇଥିଲେ । ନାଗାଲାଣ୍ଡର ୬୦ ସଦସ୍ୟ ବିଶିଷ୍ଟ ବିଧାନସଭା ଆସନ ମଧ୍ୟରୁ ୫୯ଟି ଆସନ ଲାଗି ୨୭ ଫେବୃୟାରୀରେ ମତଦାନ ହେବାକୁ ଯାଉଛି । ଗୋଟିଏ ଆସନରେ ଭାଜପା ପ୍ରାର୍ଥୀ କଝୋତୋ କିନିମି ନିର୍ବିରୋଧରେ ନିର୍ବାଚିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri