Posted inଜାତୀୟ

ବଦଳିବ ମହାରାଷ୍ଟ୍ରର ଦୁଇ ସହରର ନାମ

ନୂଆଦିଲ୍ଲୀ,୨୫।୨: ଦୀର୍ଘ ଦିନ ଧରି ଲାଗି ରହିଥିବା ଚର୍ଚ୍ଚାର ପରିସମାପ୍ତି ଘଟିଛି। ଔରଙ୍ଗାବାଦର ନା ବଦଳିବା ନେଇ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ମିଳିଛି। ବର୍ତ୍ତମାନ ମହାରାଷ୍ଟ୍ରର ଦୁଇଟି ସହରର ନାଁ ବଦଳିବ। ଔରଙ୍ଗାବାଦର ନାଁ ବଦଳି ଛତ୍ରପତି ସାମ୍ଭାଜୀଗନର ଓ ଉସମାନବାଦର ନାଁ ବଦଳି ଧାରାଶିବ ହେବା ନେଇ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି ।
ଏହି ଦୁଇ ସହରର ନାଁ ପରିବର୍ତ୍ତନ ଲାଗି କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ମିଳିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଦୁଇ ସହର ନାଁ ପରିବର୍ତ୍ତନ ପାଇଁ ବହୁ ପୂର୍ବରୁ ଶିବସେନା ପ୍ରତିଷ୍ଠାତା ବାଲାସାହେବ ଠାକ୍‌ରେ ଦାବି କରିଆସୁଥିଲେ। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ମହାରାଷ୍ଟ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ୨୦୨୨ରେ ତାଙ୍କ ସରକାର ଭାଙ୍ଗିବା ପୂର୍ବରୁ ଶେଷ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନେଇଥିଲେ। ତେବେ ରାଜ୍ୟ କ୍ୟାବିନେଟ୍‌ରେ ପ୍ରସ୍ତାବ ପାରିତ ହୋଇଥିଲେ ବି ଏହା କେନ୍ଦ୍ର ସରକାରଙ୍କ ଅନୁମୋଦନ ଅପେକ୍ଷାରେ ରହିଥିଲା। ଏବେ କେନ୍ଦ୍ର ସରକାର ଏହାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri