ମୃତଦେହ ରଖି ଆଇଓସିଏଲ୍‌ ମୁଖ୍ୟ ଫାଟକ ଅବରୋଧ

କୁଜଙ୍ଗ,୨୫।୨(ଡି.ଏନ୍‌,ଏ.): ତୈଳ ବିଶୋଧନାଗାର ପ୍ରକଳ୍ପରୁ ଡ୍ୟୁଟିସାରି ଘରକୁ ଫେରୁଥିବାବେଳେ ଜଣେ ଶ୍ରମିକଙ୍କ ଅସ୍ବାଭାବିକ ଭାବେ ଶୁକ୍ରବାର ମୃତ୍ୟୁ ହୋଇଛି। ସେ ହେଲେ କୁଜଙ୍ଗ ଥାନା ଅନ୍ତର୍ଗତ ଗଣ୍ଡକିପୁର ଗ୍ରାମର ରବୀନ୍ଦ୍ର ବେହେରାଙ୍କ ପୁଅ ସୁବାସ ବେହେରା। ଏହାପରେ କ୍ଷତିପୂରଣ ଦାବି କରି ଗ୍ରାମବାସୀ ଓ କେତେଜଣ ଶମ୍ରିକ ଆଇଓସିଓଲ୍‌ର ମୁଖ୍ୟ ଫାଟକ ସମ୍ମୁଖରେ ମୃତଦେହ ରଖି ଅବରୋଧ କରିଥିଲେ। ଏନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା ା ପ୍ରକାଶ ଯେ, ସୁବାସ ଆଇଓସିଏଲରେ କାର୍ଯ୍ୟରତ ମେଘା ଇଞ୍ଜିନିୟରିଂରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ ା ଶୁକ୍ରବାର ଭୋରୁ କାର୍ଯ୍ୟସାରି ଘରକୁ ଫେରୁଥିବାବେଳେ ବାଟରେ ଅସୁସ୍ଥ ହୋଇ ତଳେ ପଡ଼ିଯାଇଥିଲେ। ଖବରପାଇ ପରିବାର ସଦସ୍ୟ ଓ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ କୁଜଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ା ସେଠାରେ ସୁବାଷଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୁରଣ ଓ ବିଧବା ସ୍ତ୍ରୀଙ୍କୁ ଥଇଥାନ ଦାବି କରି ଆଇସିଏଲ ମୁଖ୍ୟ ଫାଟକକୁ ଗ୍ରାମବାସୀ ଓ ପରିବାର ସଦସ୍ୟ ଅବରୋଧ କରିଥିଲେ। ବିପିନ ପ୍ରଧାନ ଓ ବିଶ୍ୱଜିତ ମହାପାତ୍ର ଏହାର ନେତୃତ୍ୱ ନେଇଥିଲେ। ଫଳରେ ଉକ୍ତ ବାଟଦେଇ ଯାତୟାତ ଠପ୍‌ ହୋଇଯାଇଥିଲା। ସନ୍ଧ୍ୟାରେ ମେଘା ଇଞ୍ଜିନିୟରିଂ କର୍ତ୍ତୃପକ୍ଷ, ଆଇଓସିଏଲ୍‌ କର୍ତ୍ତୃପକ୍ଷ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। କ୍ଷତିପୂରଣ ରାଶି ବାବଦରେ ୨ଲକ୍ଷ ୮୦ ହଜାର ଟଙ୍କା ଓ ମୃତକଙ୍କ ସ୍ତ୍ରୀଙ୍କୁ ନିଯୁକ୍ତି ନିମନ୍ତେ ପ୍ରତିଶ୍ରୁତି ମିଳିବା ପରେ ଅବରୋଧ ହଟିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri