ଦବି ଯାଉଛି ବରପଦା-ଆଗରପଡ଼ା ରାସ୍ତା

ଭଦ୍ରକ ଅଫିସ,୨୫।୨: ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବରପଦା ଛକଠାରୁ ଆଗରପଡ଼ାକୁ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ଦିନକୁ ଦିନ ଦବି ଯାଉଛି। ଏହି ୧୪ କି.ମି ରାସ୍ତାର ନବୀକରଣ ୧୨ ବର୍ଷ ତଳେ ୪୨ କୋଟି ଟଙ୍କା ଅଟକଳରେ ହୋଇଥିଲା। ରାସ୍ତା ଦବି ଯାଇ ଫାଟ ସୃଷ୍ଟି ହୋଇଛି। ଏହି ଫାଟକୁ ପ୍ରତ୍ୟେକ ବର୍ଷ କାଁ ଭାଁ ମରାମତି  କରାଯାଉଥିଲେ ମଧ୍ୟ ଏହାର ସ୍ଥାୟୀ ପ୍ରତିକାର ହୋଇପାରୁନାହିଁ। ନିମ୍ନମାନର କାର୍ଯ୍ୟ ହେତୁ ବର୍ଷଟିଏ ମଧ୍ୟରେ ପୁଣି ଫାଟ ସୃଷ୍ଟି ହେଉଛି। ଏହି ରାସ୍ତା ଦେଇ ବାଲେଶ୍ୱର ଜିଲା କୁପାରୀରୁ ମୋରମ, ମେଟାଲ ଓ ଚିପ୍ସ ବୋଝେଇ ଶତାଧିକ ଭାରିଯାନ ଦୈନିକ ଯାତାୟାତ କରୁଥିବାରୁ ଦିନକୁ ଦିନ ଅଧିକ ପରିମାଣରେ ରାସ୍ତା ଦବିଯାଉଛି। ଏହି ଅଣଓସାରିଆ ରାସ୍ତାରେ ଫାଟ ସୃଷ୍ଟି ହୋଇଥିବାରୁ ପ୍ରତ୍ୟେହ ଛୋଟବଡ଼ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି। ଏହି ବ୍ୟସ୍ତବହୁଳ ରାସ୍ତା ଉପରେ ଭଦ୍ରକ ଜିଲାର ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତବାସୀ ନିର୍ଭର କରୁଥିବା ବେଳେ ପଡ଼ୋଶୀ କେନ୍ଦୁଝର ଓ ବାଲେଶ୍ୱର ଜିଲାର ଅଧିକାଂଶ ଲୋକ ଦୈନନ୍ଦିନ ଯିବା ଆସିବା କରନ୍ତି। ଏହି ରାସ୍ତାକୁ ଦୁଇଥାକିଆ ରାସ୍ତାରେ ପରିଣତ କରିବା ପାଇଁ ଏକାଧିକ ଥର ଦାବି ହୋଇଥିଲେ ମଧ୍ୟ ସୁଫଳ ମିଳିପାରି ନାହିଁ। ଏନେଇ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ପରମାନନ୍ଦ ବେହେରା କହିଛନ୍ତି, ଏହି ରାସ୍ତାକୁ ୭ ମିଟର ଓସାର କରିବା ସହ ନୂଆ ରାସ୍ତା ନିର୍ମାଣ ପାଇଁ ୪୪ କୋଟି ଟଙ୍କାର ଯୋଜନା ଅଟକଳ ମଞ୍ଜୁର ପାଇଁ ଦିଆଯାଇଛି। ଏହି ଅଟକଳ ମଧ୍ୟରେ ଛୋଟ ପୋଲ ଓ ଜମି ଅଧିଗ୍ରହଣ କରାଯିବ। ଏହି ଅଟକଳ ମଞ୍ଜୁର ହେବା ପରେ ଟେଣ୍ଡର କରାଯାଇ ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri