ଥାନା ନିକଟରେ ଲାଗିଲା ମାଓବାଦୀ ବ୍ୟାନର

ମାଲକାନଗିରି, ୨୫ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର କୋଣ୍ଡାଗାଓଁର ମର୍ଦ୍ଦାପାଲ ଅଞ୍ଚଳରେ ଥିବା ଥାନା ନିକଟରେ ମାଓବାଦୀମାନେ ଏକ ଧମକପୂର୍ଣ୍ଣ ବ୍ୟାନର ଲଗାଇଥିବା ଶୁକ୍ରବାର ଦେଖିବାକୁ ମିଳିଛି। ଏଥିରେ ସେମାନେ ସ୍ଥାନୀୟ ଅଞ୍ଚଳରେ ଥିବା ନିକୋ ମାଇନ୍ସ କମ୍ପାନୀର ଦଲାଲ, କମ୍ପାନୀ ଅଧିକାରୀ ଏବଂ ଯାନଗୁଡ଼ିକୁ ସତର୍କ ରହିବାକୁ ସୂଚାଇଛନ୍ତି। ପୋଲିସ ଥାନା ନିକଟରେ ବ୍ୟାନର ଲଗାଇ ମାଓବାଦୀମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ନାରାୟଣପୁର ଜିଲାର ପୂର୍ବତନ ବସ୍ତର ଡିଭିଜନାଲ ସିପିଆଇ ମାଓବାଦୀଙ୍କ ଦ୍ୱାରା ଲାଗିଥିବା ଏହି ବ୍ୟାନରରେ ଭାଜପା ଜିଲା ଉପାଧ୍ୟକ୍ଷ ସାଗର ସାହୁଙ୍କୁ ଦଣ୍ଡିତ କରାଯାଇଥିବା କୁହାଯାଇଛି। ସେହିପରି କମ୍ପାନୀ ସହ ରହିଥିବା ଲୋକେ ଜନସାଧାରଣଙ୍କ ସମ୍ମୁଖକୁ ଆସି କ୍ଷମା ମାଗନ୍ତୁ ବୋଲି ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇନା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri