Posted inଖେଳ

ଆନନ୍ଦ-ସୌରଭ ଯୋଡ଼ି ଚାମ୍ପିୟନ

ରେଢାଖୋଲ ୨୫ା୨ (ଡି.ଏନ.ଏ): ରେଢାଖୋଲର ପଞ୍ଚଖଣ୍ଡା ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟ ବ୍ୟାଡ୍‌ମିଣ୍ଟନ ସଂଘର ଅନୁମୋଦନ କ୍ରମେ ସ୍ଥାନୀୟ ଇନ୍‌ଡୋର ଷ୍ଟାଡିୟମରେ ଗୁରୁବାର ସପ୍ତମ ରାଜ୍ୟସ୍ତରୀୟ ପୁରୁଷ ଡବଲ୍ସ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମ୍ବଲପୁରର ଆନନ୍ଦ ଓ ସୌରଭ ଯୋଡ଼ି ଚାମ୍ପିୟନ ହୋଇଛନ୍ତି। ପ୍ରତିଯୋଗିତାର ଫାଇନାଲରେ ସେମାନେ ଅନୁଗୋଳର ଅବିନାଶ ଓ ତରଣୀ ଯୋଡିଙ୍କୁ ୨-୧ ସେଟ୍‌ରେ ହରାଇ ଦେଇଥିଲେ। ରାଜେଶ କୁମାର ସାହୁ ମ୍ୟାଚ ପରିଚାଳନା କରିଥିବା ବେଳେ ଦିଲୀପ ଲଉରିଆ ସ୍କୋରର ଦାୟିତ୍ୱ ତୁଲାଇଥିଲେ। ଏହି ଦିନିକିଆ ରାଜ୍ୟସ୍ତରୀୟ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ବଲାଙ୍ଗୀର, ଅନୁଗୋଳ, ସୋନପୁର, ବରଗଡ, ଫୁଲବାଣୀ, ସମ୍ବଲପୁର ଜିଲାରୁ ୨୨ଟି ଯୋଡି ଭାଗ ନେଇଥିଲେ। ରେଢାଖୋଲ ଉପଜିଲାପାଳ ପବିତ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟର ଉଦ୍‌ଘାଟନ କରିଥିଲେ। ପଞ୍ଚଖଣ୍ଡା ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ସଭାପତି ବିକାଶ ଦାଶଙ୍କ ସଭାପତିତ୍ୱରେ ଅନଷ୍ଠିତ ଉଦ୍‌ଯାପନୀ ସମାରୋହରେ ଇଂ ପାର୍ଥସାରଥୀ ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ଚାମ୍ପିୟନ ଓ ରନରଅପ୍‌ ଦଳକୁ ଟ୍ରଫି ପ୍ରଦାନ କରିଥିଲେ। ସଂପାଦକ ଆଇନଜୀବୀ ଅନ୍ତର୍ଯ୍ୟାମୀ ସାହୁ, ରଂଜିତ ମହାନ୍ତି, ଇଶ୍ବର ବେହେରା, ଅବନୀ ମେହେର, ଜୟଦେବ ପୃଷେଠ଼ଙ୍କ ସମେତ ଆସୋସିଏଶନର ସମସ୍ତ ସଦସ୍ୟ ଟୁର୍ନାମେଣ୍ଟରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri