Posted inଜାତୀୟ

କୃଷକଙ୍କୁ ହୋଲିର ଉପହାର ଦେଲେ ଯୋଗୀସରକାର

ଲକ୍ଷ୍ନୌ,୨୫।୨: ଉତ୍ତରପ୍ରଦେଶର ଯୋଗୀ ସରକାର ନିକଟରେ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ୟୁପି ସରକାରରେ ଅର୍ଥମନ୍ତ୍ରୀ ସୁରେଶ ଖନ୍ନା ଏହି ବଜେଟ ଉପସ୍ଥାପନ କରିଥିଲେ। ବଜେଟରେ ସମସ୍ତ ବିଭାଗ ସହିତ କୃଷକମାନଙ୍କ ଉପରେ ବିଶେଷ ଧ୍ୟାନ ଦିଆଯାଇଥିଲା। ବଜେଟ ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଧାନସଭାରେ କହିଛନ୍ତି, ବଜେଟରେ ଆମେ ଆମର ନିର୍ବାଚନ ମନିଫେଷ୍ଟର ୧୩୨ଟି ପ୍ରତିଶ୍ରୁତି ମଧ୍ୟରୁ ୧୧୦ଟି ପୂରଣ କରିଛୁ। ଏହି ବଜେଟ ରାଜ୍ୟର ଚାଷୀଙ୍କ ପାଇଁ ବିଶେଷ ରହିଛି ବୋଲି ସେ କହିଛନ୍ତି। ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ କୃଷକଙ୍କ ପାଇଁ ହୋଲିରେ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ବଜେଟରେ ଯୋଗୀ ଚାଷୀଙ୍କ ପାଇଁ ବିଦ୍ୟୁତ୍‌ ବିଲ ସମ୍ପର୍କରେ ଘୋଷଣା କରିଛନ୍ତି। ଗତ ବଜେଟରେ ୨୦୨୨-୨୩ରେ ରାଜ୍ୟର ଘରୋଇ ଟ୍ୟୁବ୍‌ଓ୍ବେଲର ବିଦ୍ୟୁତ ବିଲରେ ୫୦ ପ୍ରତିଶତ ରିହାତି ପ୍ରଦାନ କରାଯାଇଥିଲା। କିନ୍ତୁ ବର୍ତ୍ତମାନ ଏଥିରେ ୧୦୦ପ୍ରତିଶତ ରିହାତି ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ଅନ୍ୟ ଏକ ଉପାୟରେ କହିବାକୁ ଗଲେ ଯୋଗୀ ସରକାର ଚାଷୀଙ୍କ ପାଇଁ ବିଦ୍ୟୁତ୍‌ ବିଲ ଛାଡ କରିବାକୁ ଘୋଷଣା କରିଛନ୍ତି। ଏଥିସହ ଯୋଗୀ ସରକାର ମଧ୍ୟ ଦୀପାବଳି ଏବଂ ହୋଲିରେ ରାଜ୍ୟବାସୀଙ୍କୁ ପ୍ରତ୍ୟେକଙ୍କୁ ଗୋଟିଏ ମାଗଣା ଗ୍ୟାସ ସିଲିଣ୍ଡର ଦେବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ଏହାର ଲାଭ କେବଳ ଉଜ୍ଜ୍ୱଳା ଯୋଜନା ସହିତ ଜଡିତ ହିତାଧିକାରୀଙ୍କ ପାଇଁ ଉପଲବ୍ଧ ହେବ। ଯାହାର ସଂଖ୍ୟା ପ୍ରାୟ ୧କୋଟି ୭୪ ଲକ୍ଷ। ବଜେଟରେ ଏଥିପାଇଁ ୩ହଜାର ୪୭ କୋଟି ୪୮ହଜାର ଟଙ୍କା ପ୍ରସ୍ତାବ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri