ଗ୍ରାମସଭାରେ ଉତ୍ତେଜନା: ବିରୋଧୀଙ୍କ ମାଡ଼ରେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଆହତ

ସାକ୍ଷୀଗୋପାଳ,୨୫।୨(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଧୀନ ସାଣ୍ଢରା ଶାସନ ପଞ୍ଚାୟତରେ ଗ୍ରାମସଭା ଚାଲିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମୀଣ ଆବାସ ଯୋଜନା ହିତାଧିକାରୀଙ୍କ ତାଲିକାକୁ ନେଇ କିଛି ଗ୍ରାମବାସୀ ପ୍ରତିବାଦ କରିଥିଲେ। ଉଭୟ ଗୋଷ୍ଠୀ ମଧ୍ୟରେ ହୋହଲ୍ଲା ଓ ଧସ୍ତାଧସ୍ତି ଆରମ୍ଭ ହୋଇଥିଲା। ବିଜୟ ନାୟକ ଓ ଅନ୍ୟ କେତେକ ଯୁବକ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ବିକ୍ରମ ଜେନାଙ୍କୁ ମାଡ଼ ମାରିଥିଲେ। ଏନେଇ ସେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ତାଙ୍କ ମୁହଁ, ଆଖିପତାରେ ଆଘାତ ଲାଗିଥିବାରୁ ସେ ସାକ୍ଷୀଗୋପାଳ ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ପଞ୍ଚାୟତରେ ଗ୍ରାମସଭା ଅଧାରୁ ବନ୍ଦ ରହିଥିଲା। ପରେ ଚଞ୍ଚକତା କରି ଗ୍ରାମସଭା କରାଯାଇଛି ବୋଲି ଦର୍ଶାଇ ଅଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଯୋଜନାରେ ଚୟନ କରାଯାଇଥିବା ବିଡିଓଙ୍କ ନିକଟରେ ଅଭିଯୋଗ କରାଯାଇଥିଲା। ଏଣୁ ପୁଣି ଗ୍ରାମସଭା ୨୪ ତାରିଖରେ କରାଯିବା ପାଇଁ ସ୍ଥିର କରାଯାଇଥିଲା। ସଭାରେ ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନିଲ ପଣ୍ଡା, ବିଡିଓ ଲୋଚନ ଦାସଙ୍କ ସମେତ ବିଭାଗୀୟ ଅଧିକାରୀ, ପଞ୍ଚାୟତ ପ୍ରତିନିଧି ଓ ପୋଲିସ କର୍ମଚାରୀ ଉପସ୍ଥିତ ରହିଥିଲେ। ହେଲେ ସଭା ଆରମ୍ଭରୁ ଉତ୍ତେଜନା ଲାଗି ରହିବାରୁ ବିଡିଓ ଗ୍ରାମବାସୀଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ। ମାତ୍ର ପରିସ୍ଥିତି ନିୟନ୍ତ୍ରଣ କରିବା ଅସମ୍ଭବ ହେବାରୁ ସଭା ସ୍ଥଗିତ ରଖାଯାଇଛି। ଏହି ଘଟଣାକୁ ନେଇ ସତ୍ୟବାଦୀ ଥାନାରେ ଦୁଇଟି ଅଭିଯୋଗ ହୋଇଛି। ପୋଲିସ ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri