Posted inଜାତୀୟ

ଭାଜପାକୁ ୨୦୨୪ରେ ପରାଜୟର ଭୟ, ଏଥିଲାଗି ବାରମ୍ବାର ବିାହାର ଗସ୍ତରେ ଆସୁଛନ୍ତି ଶାହା: ତେଜସ୍ବୀ

ପୂର୍ଣ୍ଣିଆ,୨୫।୨: ବିହାର ରାଜନୀତି ଲାଗି ଶନିବାର ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଗୋଟିଏ ପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ବିହାରରେ ଦୁଇଟି ସଭାକୁ ସମ୍ବୋଧିତ କରି ଜେଡିୟୁ-ଆର୍‌ଜେଡି ମହାଗଠବନ୍ଧନକୁ ଟାର୍ଗେଟ କରିବାକୁ ଚେଷ୍ଟା କରିବେ। ଅପରପକ୍ଷେ ପୁର୍ଣ୍ଣିଆରେ ମହାଗଠବନ୍ଧନର ସମସ୍ତେ ନେତା ଏକଜୁଟ ହୋଇ ଭାଜପା ମୁକ୍ତ ଭାରତ କରିବାକୁ ଘୋଷଣା କରିବେ। ଏହା ମଧ୍ୟରେ ଶାହାଙ୍କ ବିହାର ଗସ୍ତକୁ ନେଇ କଟାକ୍ଷ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ। ୨୦୨୪ ଲୋକ ସଭା ନିର୍ବାଚନରେ ବିହାରରୁ କମ୍‌ ଆସନ ପାଇବାକୁ ନେଇ ଭାଜପା ଭୟଭୀତ ହୋଇପଡ଼ିଛି, ଏଥିଲାଗି ଶାହା ବାରମ୍ବାର ବିହାର ଗସ୍ତ କରୁଛନ୍ତି ବୋଲି ତେଜସ୍ବୀ କହିଛନ୍ତି।

ଏକ ସାକ୍ଷାତକାରରେ ତେଜସ୍ବୀ କହିଛନ୍ତି, ଶନିବାର ଆମ ସାଧାରଣ ସଭାରେ ଲକ୍ଷ ଲକ୍ଷ ଲୋକ ଯୋଗଦେବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଆମର ମହାଗଠବନ୍ଧନ ଭାଜପାର ଚିନ୍ତା ବଢ଼ାଇ ଦେଇଛି। ସେମାନେ ରାଜ୍ୟରେ ଆସନ ହରାଇବେ ବୋଲି ଭୟ କରୁଛନ୍ତି। ଏଥିଲାଗି ଶାହା ବାରମ୍ବାର ବିହାର ଗସ୍ତ କରୁଛନ୍ତି। ହେଲେ ଏହି ଗସ୍ତରୁ ଭାଜପା କିଛି ପାଇବ ନାହିଁ।

ଏହାଛଡ଼ା ଭାଜପା ଦଙ୍ଗା କରିବାରେ ସମ୍ପୃକ୍ତ ଥିବା ଅଭିଯୋଗ କରି ତେଜସ୍ବୀ କହିଛନ୍ତି, ଦେଶରେ ଭାଜପାର କେବଳ ଗୋଟିଏ କାମ ରହିଛି, ସେଇଟି ହେଲା ସମାଜରେ ଘୃଣାଭାବକୁ ବଢ଼ାଇବା ଏବଂ ଦଙ୍ଗା ସୃଷ୍ଟି କରିବା। ହେଲେ ଆମେ ଶାନ୍ତି ଏବଂ ସୌହାର୍ଦ୍ଦ୍ୟର ବାର୍ତ୍ତା ଦେବୁ। ସରକାର କେଉଁ କାରଣକୁ ବିହାରକୁ ପ୍ରତାରଣା କରିଛନ୍ତି ତାହା ଶାହା କହିବା ଉଚିତ। ବିହାର ଲାଗି କୌଣସି ସ୍ବତନ୍ତ୍ର ପ୍ୟାକେଜ୍‌ ନାହିଁ କି? ତେବେ ରାଜ୍ୟବାସୀ ଆସନ୍ତା ବର୍ଷ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ଭାଜପାକୁ କେନ୍ଦ୍ରରୁ ହଟାଇବାକୁ ନିଷ୍ପତ୍ତି ନେଇଥିବା ତେଜସ୍ବୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri