ବସ୍‌ ଚଲାଉଥିଲେ ହେଲପର, ଟ୍ରକ୍‌ ସହ ହେଲା ମୁହାଁମୁହିଁ

ବାରିପଦା ଅଫିସ,୨୫ା୨: ଶନିବାର ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ପାଲବଣିଠାରେ ପୃଥକ୍‌ ସଡ଼କ ଦୁର୍ଘଟଣାରେ ୩ ଆହତ ହୋଇଛନ୍ତି। ବସ୍‌-ଟ୍ରକ୍‌ ମୁଁହାମୁହିଁ ଧକ୍କା ହୋଇଥିବା ବେଳେ ଅଟୋ ଓଲଟିବାରୁ ୩ ଜଣ ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଆଜି ସକାଳେ ମଧୁସ୍ମିତା ନାମକ ଏକ ଯାତ୍ରୀବାହୀ ବସ ବାରିପଦାରୁ ବାଲେଶ୍ବର ପଟେ ଯାଉଥିଲା ବେଳେ ପାଲବଣିଠାରେ ଦୁର୍ଘଟଣା ଘଟିଛି। ବସ୍‌ଟି ଭୁଲ ପାର୍ଶ୍ୱ ଦେଇ ଯାଉଥିବା ବେଳେ ବିପରୀତ ପଟୁ ଆସୁଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଯୋଗୁ ଟ୍ରକଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଆହତ ହୋଇଥିବା ଜଣାପଡ଼ିଛି। ଟ୍ରକ୍‌ ଡ୍ରାଇଭର ଜଣକ ଉତ୍ତରପ୍ରଦେଶ ଅଞ୍ଚଳର ସୁଜିତ ମୋହରିଆ। ଦୁର୍ଘଟଣାସ୍ଥଳରୁ ବସ୍‌ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ତେବେ ଉକ୍ତ ବସ୍‌କୁ ଡ୍ରାଇଭର ବଦଳରେ ହେଲପର ଚଳାଉଥିବା ବେଳେ ଦୁର୍ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି।
ଦୁର୍ଘଟଣା ଯୋଗୁ ରାସ୍ତାର ଗୋଟିଏ ପାଖରେ ଯାନବାହନ ଚଳାଚଳ ବନ୍ଦ ହୋଇପଡ଼ିଥିଲା। ସେହିପରି ଉକ୍ତ ଦୁର୍ଘଟଣା ଘଟିବାର କିଛି ସମୟ ପରେ କିଛି ଦୂରରେ ଅନ୍ୟ ଏକ ଦୁର୍ଘଟଣା ଘଟିଛି। ଗୋଟିଏ ଯାତ୍ରୀବାହୀ ଅଟୋ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଥିଲା। ଏଥିରେ ଅଟୋ ଡ୍ରାଇଭର ଓ ଜଣେ ମହିଳା ଯାତ୍ରୀ ସାମାନ୍ୟ ଆହତ ହୋଇଥିଲେ। ଏହି ଦୁର୍ଘଟଣାରେ ଆହତ ହୋଇଥିବା ସମସ୍ତଙ୍କୁ ବାରିପଦାସ୍ଥିତ ପିଆରଏମ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଆଣି ଭର୍ତ୍ତି କରାଯାଇ ଚିକିତ୍ସା ଜାରି ଥିବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri