ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା

ଭବାନୀପାଟଣା,୨୬।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ତ୍ରିକୋଣୀୟ ପ୍ରେମରୁ କଲେଜ ଛାତ୍ର ଦିଲୀପ ବାଗ (୧୭) ହତ୍ୟା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ୩ ଅଭିଯୁକ୍ତ ମୋହନ ମାଝି, ଅବତାର ମାଝି, ଚନ୍ଦ୍ର ମାଝିଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯାଇଛି। ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା କରାଯାଇଛି ବୋଲି ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜୟପାଟଣା ଆଇଆଇସି ବାସୁଦେବ ଛତ୍ରିଆ ସୂଚନା ଦେଇଛନ୍ତି। ଗତ ୧୯ ତାରିଖରେ ପୋଲୋକାମୁଣ୍ଡା ଗ୍ରାମର କଲେଜ ଛାତ୍ର ଦିଲୀପ ନିଖୋଜ ଥିବା ତାଙ୍କ ବାପା ଧୋବା ବାଗ ଥାନାରେ ଅଭିଯୋଗ କରିଥିଲେ। ଗତ ୨୧ରେ କାଦୋପଦର ହାତୀନଦୀ ଘାଟ ନିକଟରେ ଦିଲୀପଙ୍କ ମୃତଦେହ ଜବତ କରାଯାଇଥିଲା। ଦିଲୀପଙ୍କ ପରିବାର ଲୋକଙ୍କ ଅଭିଯୋଗ କ୍ରମେ ପୋଲିସ ତଦନ୍ତ କରି ଅଭିଯୁକ୍ତମାନଙ୍କୁ ଅଟକ ରଖି ପଚାରାଉଚରା କରିଥିଲା। ତଦନ୍ତ ପରେ ତ୍ରିକୋଣୀୟ ପ୍ରେମ ସମ୍ପର୍କରୁ ଦିଲୀପଙ୍କ ହତ୍ୟା ହୋଇଥିବା ଜଣାପଡିଥିଲା। ଜଣେ ଝିଅଙ୍କୁ ଦିଲୀପ ଓ ମୋହନ ଭଲ ପାଉଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଗତ ୧୮ ତାରିଖରେ ଏହା ହତ୍ୟାର ରୂପ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri