ପ୍ରିୟଙ୍କାଙ୍କ ହାତ ଧରିଲେ ଦିବ୍ୟଶଙ୍କର

ଭବାନୀପାଟଣା,୨୬ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ରବିବାର ଦ୍ବିତୀୟ ବିବାହ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀସ୍ଥିତ ଦେକୋଟ ଗ୍ରାମର ଭବାନୀ ଅଗସ୍ତିଙ୍କ ଝିଅ ପ୍ରିୟଙ୍କାଙ୍କ ହାତ ଧରିଛନ୍ତି ଦିବ୍ୟଶଙ୍କର। ପୁରୀ ଜିଲା ପିପିଲିର ଦି ଆଡଭେଞ୍ଚର କନ୍‌ଭେନ୍‌ସନ୍‌ରେ ଏହି ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ଉଭୟଙ୍କର ନିର୍ବନ୍ଧ ସରିଥିଲା। ପରେ ଉଭୟଙ୍କ ବାହାଘର ଅନୁଷ୍ଠିତ ହୋଇଛି। ବିବାହ ଉତ୍ସବରେ କେବଳ ସମ୍ପର୍କୀୟ ଓ ଅତି ପାଖ ଲୋକ ସାମିଲ ଥିଲେ। ଯେଉଁମାନଙ୍କ ନିକଟରେ ପାସ୍‌ ଅଛି ସେମାନଙ୍କୁ ବିବାହ ଉତ୍ସବକୁ ଛାଡ଼ିବା ପାଇଁ ଅନୁମତି ରହିଥିଲା।

ପ୍ରାପ୍ତ ସୂଚନା ଅନୁଯାୟୀ,ଏହି ବାହାଘରରେ କନ୍ୟାଘରର ୨୮ ଜଣ ଓ ବରଘରର ୩୨ଜଣ ସାମିଲ ହୋଇଥିଲେ। ଦିବ୍ୟଶଙ୍କର ପୁଣି ବିବାହ କରୁଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହୋଇଥିଲା, ଯାହା ଏବେ ସତ ହୋଇଛି ।

ତେବେ ଏହା ଉଭୟଙ୍କ ଦିତୀୟ ବିବାହ। ଏହା ପୂର୍ବରୁ ଦିବ୍ୟଶଙ୍କର ଜୟପାଟଣାରେ ବିବାହ କରିଥିଲେ। କୌଣସି କାରଣ ପାଇଁ ସେ ତାଙ୍କ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଥିଲେ। ଦିବ୍ୟଶଙ୍କରଙ୍କର ଗୋଟିଏ ପୁଅ ବି ଅଛନ୍ତି। ସେ ଲଣ୍ଡନରେ ଥିବା ଜଣାଯାଇଛି। ଏଣେ ପ୍ରିୟଙ୍କାଙ୍କର ମଧ୍ୟ ଏହା ଦ୍ବିତୀୟ ବିବାହ। ଆଗରୁ ସେ ମାନସ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କୁ ବିବାହ କରିଥିଲେ। ପରେ ଉଭୟଙ୍କ ଛାଡ଼ପତ୍ର ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri