ସଞ୍ଜ ନଇଁଲେ ଗାଁ ଭିତରକୁ ପଶିଆସୁଛନ୍ତି ଭାଲୁ ପଲ: ଲୋକେ ଆତଙ୍କିତ

ଆନନ୍ଦପୁର,୨୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଅଳତୀ ଓ ବେଲସୁନ୍ଦରୀ ଅଞ୍ଚଳରେ ଭାଲୁ ଆତଙ୍କ ଲୋକଙ୍କୁ ନାକେଦମ୍‌ କରିଛି। ବରାଙ୍ଗ ସଂରକ୍ଷିତ ଜଙ୍ଗଲରୁ ସଞ୍ଜ ନଇଁଲେ ଭାଲୁପଲ ଗାଁ ଭିତରକୁ ପଶିଆସୁଛନ୍ତି। ଫଳରେ ରାତି ୮ଟା ପରେ ଘରୁ ପଦାକୁ ବାହାରିବା ଲୋକଙ୍କ ପାଇଁ ବିପଦପୂର୍ଣ୍ଣ ପରିସ୍ଥିତି ସୃଷ୍ଟି କରୁଛି। ଅତି ଜରୁରୀ ହେଲେ ବାହାରକୁ ଯାଉଥିବା ସ୍ଥାନୀୟ ଲୋକେ କହିଛନ୍ତି। ଖରାଦିନରେ ଲୋକଙ୍କ ବାଡ଼ିବଗିଚାରେ ଥିବା ବରକୋଳି, ବେଲ, କାଜୁ ଆଦି ଖାଇବା ପାଇଁ ଭାଲୁପଲ ଗାଁକୁ ଆସୁଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ଶନିବାର ସନ୍ଧ୍ୟାରେ ଅଳତୀ ଗ୍ରାମର ମଦନ ମୋହନ ବରାଳଙ୍କ ଘର ଅଗଣାରେ ବେଲ ପାଚି ପଡ଼ିଥିବା ବେଳେ ୩ଟି ଭାଲୁ ବେଲକୁ ଖାଇବା ପରେ ଗାଁ ଭିତରକୁ ପଶି ପ୍ରମୋଦ ବରାଳଙ୍କ ସମେତ ଅନେକ ଲୋକଙ୍କ ବାଡ଼ିରେ ପଶି ଆତଙ୍କ ସୃଷ୍ଟି କରିଥିଲେ। ଗାଁ ଲୋକେ ଉଠି ପାଟି କରିବାରୁ ଭାଲୁଗୁଡିକ ଜଙ୍ଗଲମୁହାଁ ହୋଇଥିଲେ। ଏପରି କି ଗାଁ ମୁଣ୍ଡରେ ଭାଲୁଙ୍କ ସହିତ ଲୋକଙ୍କ ମୁହାଁମୁହିଁ ପରିସ୍ଥିତି ମଧ୍ୟ ସୃଷ୍ଟି ହେଉଛି। ତେବେ ଅଦ୍ୟାବଧି କୌଣସି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ତେବେ ଭାଲୁ ଏକ ହିଂସ୍ର ଜନ୍ତୁ ହୋଇଥିବାରୁ ତା’ଠାରୁ ଦୂରେଇଯିବା ସହ ତାକୁ ତା’ ବାଟରେ ଯିବାକୁ ଦେବାକୁ ବନ ବିଭାଗ ପକ୍ଷରୁ ଗ୍ରାମବାସୀଙ୍କୁ ପରାମର୍ଶ ଦିଆଯାଇଛି। ତେବେ ଭାଲୁଙ୍କୁ ଘଉଡ଼ାଇବା ଆବଶ୍ୟକ ପଡ଼ିଲେ ବନ କର୍ମଚାରୀଙ୍କୁ ସୂଚନା ଦେବାକୁ କୁହାଯାଇଛି। ଅନ୍ୟପକ୍ଷେ ବନ ବିଭାଗ ପକ୍ଷରୁ ସ୍ଥାୟୀ ପ୍ରତିକାର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଘଟଣା ସମ୍ପର୍କରେ ଆନନ୍ଦପୁର ଡିଏଫ୍‌ଓ ଅଭୟ କୁମାର ଦଳେଇଙ୍କୁ ପଚରାଯିବାରୁ ଏ ନେଇ ଲୋକଙ୍କୁ ସଚେତନ କରାଯାଉଛି। ଏପରି କି ବିଭାଗ ପକ୍ଷରୁ ନିୟମିତ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇ ପରିସ୍ଥିତି ଉପରେ ନଜର ରଖାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri