ସଞ୍ଜ ହେଲେ ଗାଁରେ ଭାଲୁ

ଆନନ୍ଦପୁର,୨୭।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ୍‌ ଅଳତୀ ଓ ବେଲସୁନ୍ଦରୀ ଅଞ୍ଚଳରେ ଭାଲୁ ଆତଙ୍କ ଦେଖାଯାଇଛି। ସଞ୍ଜ ହେଲେ ପଲ ପଲ ହୋଇ ଭାଲୁ ଗଁାକୁ ପଶି ଆସୁଛନ୍ତି। ଫଳରେ ଲୋକେ ଘରୁ ବାହାରି ପାରୁ ନ ଥିବା ବେଳେ ଭୟଭୀତ ଅବସ୍ଥାରେ କାଳାତିପାତ କରୁଛନ୍ତି। ରାତି ୮ ଟା ପରେ ଘରୁ ପଦାକୁ ବାହାରିବା ବିପଦପୂର୍ଣ୍ଣ ପରିସ୍ଥିତି ସୃଷ୍ଟି କରିଛି। ବନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ଭାଲୁ ଘଉଡ଼ାଇବାକୁ ଗ୍ରାମବାସୀ ଦାବି କରିଛନ୍ତି।
ସୂଚନା ଅନୁଯାୟୀ, ବରାଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ଅଞ୍ଚଳରୁ ନିୟମିତ ଭାବେ ଭାଲୁ ଯିବା ଆସିବା କରୁଛନ୍ତି। ସୂର୍ଯ୍ୟାସ୍ତ ହେବା ମାତ୍ରେ ଭାଲୁ ଗଁା ଭିତରକୁ ପଶିଆସୁଛନ୍ତି। ଖରା ଦିନରେ ଲୋକଙ୍କ ବାଡ଼ି ବଗିଚାରେ ବରକୋଳି, ବେଲ, କାଜୁ ଆଦି ଖାଇବା ଲକ୍ଷ୍ୟରେ ଭାଲୁ ପଲ ହୋଇ ପଶିଆସୁଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ଶନିବାର ସନ୍ଧ୍ୟା ସମୟରେ ଅଳତୀ ଗ୍ରାମର ମଦନ ମୋହନ ବରାଳଙ୍କ ଅଗଣାରେ ପାଚି ପଡ଼ିଥିବା ବେଲ ୩ ଭାଲୁ ଖାଉଥିବା ଦେଖିବାକୁ ମିଳିଥିଲା। ପରେ ଗଁା ଭିତରକୁ ପଶି ପ୍ରମୋଦ ବରାଳଙ୍କ ସମେତ ଅନେକ ଲୋକଙ୍କ ବାଡ଼ିରେ ପଶି କୋଳି ଖାଇବା ସହ ତୋରାଣୀ ପିଇ ଗଁା ଦାଣ୍ଡରେ ବୁଲାବୁଲି କରିଥିଲେ। ଗଁା ଲୋକେ ପାଟି କରିବାରୁ ଭାଲୁ ଜଙ୍ଗଲମୁହଁା ହୋଇଥିଲେ। ଏପରିକି କିଛି ଦିନ ଧରି ଗଁାମୁଣ୍ଡରେ ଭାଲୁଙ୍କ ସହ ଲୋକଙ୍କର ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିବା ନଜିର ରହିଛି। ତେବେ ଅଦ୍ୟାବଧି ଭାଲୁ କାହାର କୌଣସି କ୍ଷତି କରିନାହାନ୍ତି।
ମାତ୍ର ଭାଲୁ ଏକ ହିଂସ୍ର ଜନ୍ତୁ ହୋଇଥିବାରୁ ତାକୁ ଦେଖିଲେ ତା’ଠାରୁ ଦୂରେଇ ଯିବା ସହ ତାକୁ ତା’ ବାଟରେ ଯିବା ପାଇଁ ବନ ବିଭାଗ ପକ୍ଷରୁ କୁହାଯାଇଛି। ଭାଲୁଙ୍କୁ ଘଉଡ଼ାଇବା ଆବଶ୍ୟକ ପଡ଼ିଲେ ବନ କର୍ମଚାରୀଙ୍କୁ ସୂଚନା ଦେବାକୁ କୁହାଯାଇଛି। ଅନ୍ୟପଟେ ଭାଲୁ ହିଂସ୍ର ସ୍ବଭାବର ହୋଇଥିବାରୁ ଜଙ୍ଗଲ ବିଭାଗ ପକ୍ଷରୁ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏନେଇ ଆନନ୍ଦପୁର ଡିଏଫ୍‌ଓ ଅଭୟ କୁମାର ଦଳେଇ କହିଛନ୍ତି, ଏ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଉଛି। ଏକୁଟିଆ ଘରୁ ବାହାରିବେନି, ଯଥାସମ୍ଭବ ସାଙ୍ଗରେ ୨ରୁ ୩ ଜଣ ଆବଶ୍ୟକ ପଡ଼ିଲେ ବାହାରକୁ ବାହାରିବାକୁ କୁହାଯାଇଛି। ଏଥିସହ ବିଭାଗ ପକ୍ଷରୁ ନିୟମିତ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇ ପରିସ୍ଥିତି ଉପରେ ନଜର ରଖାଯାଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri