ଅନ୍ତରାଷ୍ଟ୍ରୀୟ ସ୍ତରରେ ବଢିବ ଭାରତର ଭୂମିକା, ଆମେରିକା ସରକାରଙ୍କ ଦାବି ଜି-୨୦ ଅଧ୍ୟକ୍ଷତାରୁ ମିଳିବ ଲାଭ

ୱାଶିଂଟନ,୨୭ ।୨: ଆମେରିକା ସରକାରଙ୍କ ଜଣେ ବରିଷ୍ଠ ଅଦିକାରୀ କହିଛନ୍ତି, ଅନ୍ତରାଷ୍ଟ୍ରୀୟ ସ୍ତରରେ ଆଗାମୀ ଦିନରେ ଭାରତର ଭୂମିକା ବୃଦ୍ଧି ହେବ । ଏହାସହ ସେ କହିଛନ୍ତି, ଭାରତ ଓ ଆମେରିକା ପରସ୍ପରର ନିକଟତର ହେବେ । ଗତ ସପ୍ତାହରେ ସିଲିକନ ଭ୍ୟାଲିରେ ଭାରତୀୟ ମୂଳ ବାସିନ୍ଦାକୁ ସମ୍ବୋଧିତ କରି ଆମେରିକା ସରକାରଙ୍କ ଦକ୍ଷିଣ ଓ ମଧ୍ୟ ଏସିଆ ମାମଲାର ଡେପୁଟି ଆସିଷ୍ଟାଣ୍ଡ ସେକ୍ରେଟାରୀ ନୌସି ଇଜୋ ଜ୍ୟାକଶନ ଏହା କହିଛନ୍ତି । ସେ କହିଛନ୍ତି ଜି-୨୦ ଅଧ୍ୟକ୍ଷତା ମିଳିଥିବା ଭାରତକୁ ସବୁଦିଗରେ ବିକାଶ କରିବାରେ ସହାୟକ ହେବ ।

ସୂଚନାଯୋଗ୍ୟ, ଗତବର୍ଷ ଡିସେମ୍ବର ୧ରେ ଭାରତକୁ ଜି-୨୦ର ଅଧ୍ୟକ୍ଷ କରାଯାଇଥିଲା । ଜ୍ୟାକସନ କହିଛନ୍ତି, ଯେମିତି ଆମେ ଦେଖୁଛୁ ଭାରତ ଜି-୨୦ ଉପରେ ଅଧ୍ୟକ୍ଷତା କରୁଛି । ଆମେ ଜାଣୁ ଯେ ବିଶ୍ୱ ସ୍ତରରେ ଭାରତର ଭୂମିକା ବୃଦ୍ଧି ପାଇବ ଏବଂ ଏହା ସହିତ ଭାରତ-ଆମେରିକାର ସମ୍ପର୍କ ମଜଭୁତ ହେବ । ଏସୀୟ ଆମରିକୀୟମାନଙ୍କ ଉପରେ ରାଷ୍ଟ୍ରପତିଙ୍କ ପରାମର୍ଶଦାତା ଆୟୋଗର ସଦସ୍ୟ ଅଜୟ ଜୈନ ଭୁତୋରିଆ ଏହି କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆମେରିକା ସରକାରଙ୍କ ଅନେକେ ଅଧିକାରୀ ଯୋଗ ଦେଇ ଭାରତ-ଆମେରିକା ସମ୍ପର୍କ, ଆମେରିକାରରେ ଭାରତୀୟ ମୂଳ ବାସିନ୍ଦାଙ୍କ ମହତ୍ୱ ବିଷୟରେ କହିଥିଲେ ଏବଂ ଲୋକଙ୍କ ପ୍ରଶ୍ନର ଉତ୍ତର ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri